gita
ଭୁବନେଶ୍ୱର: ବିଶିଷ୍ଟ ଲେଖକ ଡଃ ପ୍ରଦୀପ ଦାଶଙ୍କୁ ପ୍ରଦାନ କରାଯାଇଛି ସମ୍ମାନଜନକ ‘ଶାରଳା ସମ୍ମାନ’। ତାଙ୍କ ରଚିତ ପୁସ୍ତକ ‘ଚରୁ ଚୀବର ଓ ଚର୍ଯ୍ୟା’ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଛନ୍ତି। ପୁରସ୍କାର ସ୍ୱରୂପ ତାଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯାଇଛି।
/odishatv-khabar/media/post_attachments/wp-content/uploads/2019/10/26192046/sarala.jpg11.jpg)
ଏହି ସମ୍ମାନ ଉତ୍ସବରେ ପଣ୍ଡିତ ହରମୋହନ ଖୁଣ୍ଟିଆଙ୍କୁ ‘ଇଲା ପଣ୍ଡା ସଙ୍ଗୀତ ସମ୍ମାନ’ ଓ ଲଲାଟ ମୋହନ ପଟ୍ଟନାୟକଙ୍କୁ ‘ଇଲା ପଣ୍ଡା ଚିତ୍ରକଳା ସମ୍ମାନ’ ପ୍ରଦାନ କରାଯାଇଛି। ଉଭୟଙ୍କୁ ପୁରସ୍କାର ରାଶି ସ୍ୱରୂପ ଦେଢ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଛି। ଇମ୍ପା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।
/odishatv-khabar/media/post_attachments/wp-content/uploads/2019/10/26192006/sarala-750x430.jpg)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/gita_1627035707.jpg)