/odishatv-khabar/media/post_attachments/uploadimage/library/16_9/16_9_0/206616372_370347941117260_3570968926657154680_n_1625120105.jpg)
Pahad Singh
ନୂଆଦିଲ୍ଲୀ: ଆଉ ନାହାନ୍ତି ନବେ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ । ୮୪ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଆରପାରିକୁ ଚାଲିଯାଇଛନ୍ତି ।
Advertisment
ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ପ୍ରାଣ ହରାଇଛନ୍ତି ଉପେନ୍ଦ୍ର । ନବେ ଦଶକରେ ଆକାଶବାଣୀର ସବୁଠୁ ଲୋକପ୍ରିୟ ସମ୍ବାଦ ପାଠକ ଥିଲେ ଉପେନ୍ଦ୍ର କୁମାର ପାହାଡ଼ ସିଂହ । ତାଙ୍କ ନିଆରା ସମ୍ବାଦ ପଠନ ଶୈଳି ଆଜିବି ରେଡିଓ ଶ୍ରୋତାଙ୍କ ମନ ଭିତରେ ଛାପ ହୋଇରହିଛି । ଦିଲ୍ଲୀରୁ ପ୍ରସାରିତ ଓଡ଼ିଆ ସମ୍ବାଦ ପାଠକ ଭାବେ ଲୋକେ ତାଙ୍କୁ ଆଜି ବି ମନେ ରଖିଛନ୍ତି । ଚାକିରିରୁ ଅବସର ପରେ ସେ ଆକାଶବାଣୀ କଲୋନୀରେ ରହୁଥିଲେ ।
ସୂଚନାରୁ ପ୍ରକାଶ, ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ ଗତ କିଛି ଦିନ ଧରି ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ଦିଲ୍ଲୀରେ ଏକ ପ୍ରାଇଭେଟ୍ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାଇ ଖେଳି ଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)