Advertisment

ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ: ଆଉ ନାହାନ୍ତି ନବେ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ । ୮୪ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଆରପାରିକୁ ଚାଲିଯାଇଛନ୍ତି । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ…

ଅଦ୍ୟତନ ହୋଇଛି
ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହଙ୍କ ପରଲୋକ

Pahad Singh

Advertisment

ନୂଆଦିଲ୍ଲୀ: ଆଉ ନାହାନ୍ତି ନବେ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ । ୮୪ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଆରପାରିକୁ ଚାଲିଯାଇଛନ୍ତି ।

Advertisment

ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ହୃଦଘାତରେ ପ୍ରାଣ ହରାଇଛନ୍ତି ଉପେନ୍ଦ୍ର । ନବେ ଦଶକରେ ଆକାଶବାଣୀର ସବୁଠୁ ଲୋକପ୍ରିୟ ସମ୍ବାଦ ପାଠକ ଥିଲେ ଉପେନ୍ଦ୍ର କୁମାର ପାହାଡ଼ ସିଂହ । ତାଙ୍କ ନିଆରା ସମ୍ବାଦ ପଠନ ଶୈଳି ଆଜିବି ରେଡିଓ ଶ୍ରୋତାଙ୍କ ମନ ଭିତରେ ଛାପ ହୋଇରହିଛି । ଦିଲ୍ଲୀରୁ ପ୍ରସାରିତ ଓଡ଼ିଆ ସମ୍ବାଦ ପାଠକ ଭାବେ ଲୋକେ ତାଙ୍କୁ ଆଜି ବି ମନେ ରଖିଛନ୍ତି । ଚାକିରିରୁ ଅବସର ପରେ ସେ ଆକାଶବାଣୀ କଲୋନୀରେ ରହୁଥିଲେ ।

ସୂଚନାରୁ ପ୍ରକାଶ, ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ ଗତ କିଛି ଦିନ ଧରି ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ଦିଲ୍ଲୀରେ ଏକ ପ୍ରାଇଭେଟ୍‌ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାଇ ଖେଳି ଯାଇଛି ।

Advertisment
Odisha Pahad Singh
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ