/odishatv-khabar/media/post_attachments/uploadimage/library/16_9/16_9_0/missai_1625220243.jpg)
missai;
ବାଲେଶ୍ୱର: ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ବାଲେଶ୍ୱର ଚାନ୍ଦିପୁର ୩ ନମ୍ବର ଲଞ୍ଚ୍ପ୍ୟାଡରୁ ଏହାର ପରୀକ୍ଷଣ କରାଯାଇଛି। ଆଜି ସଂଧ୍ୟା ସାଢ଼େ ୭ଟା ସମୟରେ ଏହାର ପରୀକ୍ଷଣ କରାଯାଇଥିଲା।
Advertisment
ପରୀକ୍ଷଣ ସଫଳ ହୋଇଥିବା ନେଇ ଡିଆର୍ଡିଓ ପକ୍ଷରୁ ସୂଚନା ଦିଆଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ହେଉଛି ପୃଥ୍ୱୀ-୨। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ରହିଛି ୩୫୦ କିଲୋମିଟର।
୧ ହଜାର କେଜିର ଆଣବିକ ଯୁଦ୍ଧାସ୍ତ୍ର ବହନ କରିବା କ୍ଷମତା ପୃଥ୍ୱୀ-୨ର ରହିଛି। ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ମିସାଇଲକୁ ଭାରତୀୟ ଷ୍ଟ୍ରାଟେଜିକ୍ କମାଣ୍ଡ ଫୋର୍ସର ସ୍ୱତନ୍ତ୍ର ଯବାନମାନେ ପରୀକ୍ଷା କରିଥିଲେ। ଏହି ସମୟରେ ଚାନ୍ଦିପୁର ପରୀକ୍ଷଣ କେନ୍ଦ୍ରରେ DRDO ବରିଷ୍ଠ ବୈଜ୍ଞାନିକମାନେ ଉପସ୍ଥିତ ଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)