ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ରାତି ପାହିଲେ ରତ୍ନ ସିଂହାସନ ଛାଡ଼ି ଜନ୍ମବେଦୀ ଅଭିମୁଖେ ବାହାରିବେ କାଳିଆ ସାଆନ୍ତ । କରୋନା କାଳରେ ଲଗାତର ଦ୍ୱିତୀୟ ବର୍ଷ ପାଇଁ ଭକ୍ତଶୂନ୍ୟ ବଡ଼ଦାଣ୍ଡରେ ଗଡ଼ିବ ବିଶ୍ୱନିୟନ୍ତାଙ୍କ ବିଶ୍ୱ ରଥ । ଏଥିପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି ।
ଏଣିକି ଅଧିକ ଆମୋଦଦାୟକ ହେବ ଓଡ଼ିଶାରେ ବେଳାଭୂମି ପର୍ଯ୍ୟଟନ । କାହିଁକି ନା ରାଜ୍ୟର ପ୍ରମୁଖ ୬ଟି ସମୁଦ୍ରତଟରେ ଗୋଆ ଭଳି ବେଳାଭୂମି କୁଟୀର ବା ଅସ୍ଥାୟୀ ବାର ନିର୍ମାଣ ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର
ରଥଯାତ୍ରା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି । ପୁରୀ ଗୋପବନ୍ଧୁ ଆୟୁର୍ବେଦ ହସ୍ପିଟାଲ ପରିସରରେ ଏହି ସମୀକ୍ଷା ବୈଠକ ବସିଥିଲା । ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ପୁରୀ ଏସ୍ପିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ରଥଯାତ୍ରା ସୁରକ୍ଷା ନେଇ ବ୍ୟାପକ ଆଲୋଚନା ହୋଇଥିଲା ।
ନାମ ସଂକୀର୍ତନ ଚାଲିଛି । ରାମ ନାମରେ ଫାଟି ପଡ଼ୁଛି ଗଗନ ପବନ। ସମସ୍ତଙ୍କ ମୁହଁରେ କେବଳ ସୁବୁଛି ହରିନାମ। ନାମ ସଂକୀର୍ତନରେ ସୃଷ୍ଟି ହେଉଛି ଏକ ଆଧ୍ୟାତ୍ମିକ ପରିବେଶ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ପିପିଲି ନିକଟ ବାଲିଗାଁରେ ଥିବା ଭକ୍ତ ଶିରୋମଣୀ ଦାସିଆ ବାଉରୀଙ୍କ ପୀଠରେ । ଭକ୍ତ ଦାସିଆଙ୍କ ଛୋଟ କୁଡ଼ିଆଟି ପରିଣତ ହୋଇଛି ଏକ ଆଶ୍ରମରେ । ଯେଉଁଠି ରହିଛି ଦାସିଆଙ୍କ ସମାଧି ପୀଠ । ପୀଠର ମୂଖ୍ୟ ସ୍ଥଳକୁ ଛାଡ଼ିଦେଲେ ରହିଛି ଏକ ତୁଳସୀ ଉଦ୍ୟାନ
ସିଂହଦ୍ୱାର ସାମ୍ନାରେ ଲାଗିଛି ୩ ରଥ। ଆଜି ଶ୍ରୀମନ୍ଦିରରୁ ଆଜ୍ଞାମାଳ ରଥଖଳାକୁ ବିଜେ ହେବା ପରେ ପ୍ରଥମେ ନନ୍ଦିଘୋଷକୁ ସିଂହଦ୍ୱାର ସାମ୍ନାକୁ ଅଣାଯାଇଥିଲ। ତା’ ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜକୁ ସେବାୟତମାନେ ଟାଣି ଟାଣି ସିଂହଦ୍ୱାର ସାମ୍ନାକୁ ଆଣିଥିଲେ।
ଅପେକ୍ଷା ଆଉ ମାତ୍ର ଦିନକର। ବଡ଼ଦାଣ୍ଡରେ ଗଡ଼ିବ ମହାପ୍ରଭୁଙ୍କ ତିନି ରଥ। ପତିତଜନଙ୍କ ଉଦ୍ଧାର ଲାଗି ବଡ଼ ଦେଉଳର ରତ୍ନ ସିଂହାସନରୁ ଆସି ରଥାରୁଢ଼ ହେବା ପରେ ଜନ୍ମବେଦୀରେ ବିଜେ ହେବେ ଚତୁର୍ଦ୍ଧାମୁରତି। ଗତବର୍ଷ ଭଳି ଏ ବର୍ଷ ବି କରୋନା କଟକଣା ଭିତରେ ଆୟୋଜିତ ହେଉଥିବା ଐତିହାସିକ ଘୋଷଯାତ୍ରା ପାଇଁ ପ୍ରସ୍ତୁତ ରଥ, ପଥ
ସହରର ଅନ୍ୟ ସ୍ଥାନ ଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଅନୁମତି ରହିବ। ପୁରୀ ଜିଲ୍ଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟର ବ୍ୟବସ୍ଥା କରାଯିବ ବୋଲି ଚିଠିରେ ଉଲ୍ଲେଖ କରିଛି ପୁରୀ ଜିଲ୍ଲା ପ୍ରଶାସନ।
ସବୁ ରାସ୍ତା ଧାଇଁଛନ୍ତି ବଡ଼ଦାଣ୍ଡକୁ। ସବୁ ନଦୀ ଧାମନ୍ତି ଜଳଧି। ସମୁଦ୍ରରେ ନିଜକୁ ହଜାଇ ଦେବାରେ ନଦୀର ପରିପୂର୍ଣ୍ଣତା…ପରିତୃପ୍ତି। ଗୋଟାଏ ବିନ୍ଦୁରେ ଶ୍ରୀମନ୍ଦିର ଆଉ ଏକ ବିନ୍ଦୁରେ ଗୁଣ୍ଡିଚା ମନ୍ଦିର। ଏହି ଦୁଇ ବିନ୍ଦୁକୁ ଯୋଗ କରୁଥିବା ବକ୍ରରେଖାର ନାମ ବଡ଼ ଦାଣ୍ଡ, ପୁରୀର ଲାଇଫ ଲାଇନ ଏହି ଦାଣ୍ଡ।
ତେଣୁ ଆଗୁଆ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି। ଯଦି କୌଣସି ପର୍ଯ୍ୟଟକ କିମ୍ବା ଅତିଥି ପୁରୀ ସହରର ହୋଟେଲ, ଲଜ୍, ଧର୍ମଶାଳା, ଗେଷ୍ଟ ହାଉସରେ ରହୁଥିଲେ। ଆଜି ସୁଦ୍ଧା ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ଫ୍ୟୁ ବଳବତ୍ତର ଥିବା ସମୟରେ ବଡ଼ଦାଣ୍ଡରେ ବାହନ ଚଳାଚଳ ଉପରେ କଟକଣା ଲଗାଯାଇଛି।
ପୁରୀ ରଥଯାତ୍ରା ଉପରେ ସମସ୍ତଙ୍କର ନଜର। ବର୍ଷକେ ଥରେ ହୁଏ ରଥଯାତ୍ରା। ବଡଦାଣ୍ଡରେ ହୁଏ ଭକ୍ତ-ଭଗବାନଙ୍କର ଅପୂର୍ବ ମିଳନ। ସମସ୍ତେ ଚାହାନ୍ତି, ରଥଯାତ୍ରାରେ ଯେମିତି କିଛି ଓଲଟପାଲଟ ନ ହେଉ। ହେଲେ, ଇତିହାସକୁ ଓଲଟାଇଲେ ଦେଖିବାକୁ ମିଳେ ଅନେକ ବ୍ୟତିକ୍ରମ..
ଛଳଛଳ ଭକ୍ତର ଆଖି, ଯୋଡ଼ ହସ୍ତ ନବଯୌବନ ରୂପରେ କାଳିଆକୁ ଟିକେ ଦର୍ଶନର ଅସୁମାରି ଆବେଗ। ହେଲେ ଦୁଆର ବନ୍ଦ, ସିଂହଦ୍ୱାର ଗୁମୁଟରେ ବିରାଜିତ ପତିତପାବନଙ୍କ ସାନିଧ୍ୟରେ ସୀମିତ ଭକ୍ତ ସାମାନ୍ୟ ସାନ୍ତ୍ୱନା ସିନା ମିଳୁଛି ହେଲେ ତୃପ୍ତ ହେଉନି ମନ। ଆଜି ନେତ୍ରୋତ୍ସବ, ଅନବସର ସରିବା ପରେ ଦେଉଳ ଭିତରେ ନବଯୌବନ ରୂପରେ ଝଟକୁଛନ୍ତି ଜଗା, ବଳିଆଙ୍କ ସହ ଚତୁର୍ଦ୍ଧା ମୂରତି
ରଥଉପରେ ତିନି ଠାକୁରଙ୍କ ସୁନବେଶ ଭାରି ସୁନ୍ଦର, ଆକର୍ଷଣୀୟ । ମହଣ ମହଣ ସୁନାରେ ବିମଣ୍ଡିତ ହୋଇ ଠାକୁର ଦିଶିବେ ରାଜା ପରି। ଭକ୍ତ କହିବେ ସେ ପରା ଆମ କାଳିଆ ରାଜା..
ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ମହାପ୍ରଭୁଙ୍କର ଏହି ଅନନ୍ୟ ବେଶ ଦର୍ଶନ କରି ଭକ୍ତ କୋଟି ପୁଣ୍ୟ ପାଇଥାଏ ବୋଲି ବିଶ୍ୱାସ ରହିଛ। ହେଲେ କରୋନା କଟକଣା ଯୋଗୁଁ ଗତବର୍ଷ ଭଳି ଚଳିତ ବର୍ଷ ବନ୍ଦ ନବଯୌବନ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ।
ଆସନ୍ତାକାଲି ଅର୍ଥାତ୍ ଶନିବାର ଦିନ ପୁରୀ ସହର ପାଇଁ ସଟ୍ଡାଉନ୍ ନିୟମ ଲାଗୁ ହେବନି। ଏଭଳି ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର।
ଏଥିସହ ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା ଏବଂ ରଥଯାତ୍ରାର ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ବୈଠକରେ ଆଇନ, ଗଣଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ପୋଲିସ ଡିଜି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସପି ସାମିଲ ହୋଇଥିଲେ। ଗତବର୍ଷ ଭଳି ଏବର୍ଷ ମଧ୍ୟ ପୁରୀରେ ବିନାଭକ୍ତରେ ରଥଯାତ୍ରା ହେବାକୁ ଯାଉଛି।
କରୋନା କଟକଣା ଯୋଗୁଁ ବେଶ କିଛିଦିନ ନୀରବତା ପରେ ଏବେ କୋଣାର୍କର ପାରିପାର୍ଶ୍ଵିକ ବିକାଶ ପାଇଁ ସରକାର ତତ୍ପର ହୋଇପଡିଛନ୍ତି। ଜାତୀୟ ରାଜପଥ ବିଭାଗ ଦ୍ଵାରା ୩୬ କୋଟି ଟଙ୍କା ବ୍ୟୟରେ ଚନ୍ଦ୍ରଭାଗାରୁ କୋଣାର୍କ ଓ କୋଣାର୍କ ଲାବଣ୍ୟ ଲଜଠାରୁ ଆଶ୍ରମ ସ୍କୁଲ ପର୍ଯ୍ୟନ୍ତ ୪ କିଲୋମିଟର ୫୦୦ ମିଟର ଲମ୍ବରେ ନିର୍ମାଣ ହେବାକୁ ଥିବା ୬ ଲେନ ରୋଡ ଓ ଲାବଣ୍ୟ ଲଜ ଛକଠାରୁ ସୂର୍ଯ୍ୟମନ୍ଦିର ପଛ ଦେଇ ୧୪୭୦ ମିଟର ଲମ୍ବ ପ୍ରସ୍ତାବିତ ୨ ଲେନ ବିଶିଷ୍ଟ ରିଙ୍ଗ ରୋଡ ପାଇଁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇସାରିଛି
ସେପଟେ, ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଗତକାଲି ମହାପ୍ରଭୁଙ୍କ ସରିଛି ଖଳି ପ୍ରସାଦ ଲାଗି ନୀତି। ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ବିଳମ୍ବିତ ରାତିରେ ଖଳିକୁ ଦଇତାପତିମାନେ ଲାଗି କରିଛନ୍ତି। ଏହି ଦିବ୍ୟ ପ୍ରଲେପକୁ ରୁପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଛନ୍ତି। ଭିତର ଖଳି ଲାଗି ପୂର୍ବରୁ ମହାପ୍ରଭୁଙ୍କର ଘଣା ଲାଗି ଗୋପନ ନୀତି ସମ୍ପନ୍ନ କରାଯାଇଥିଲା।
ଆଜି ମହାପ୍ରଭୁଙ୍କ ଘୋଷଯାତ୍ରା। ଅଣସର ପିଣ୍ଡିରୁ ବଡ଼ଦାଣ୍ଡଙ୍କୁ ଓହ୍ଲାଇ
ଭୁବନେଶ୍ୱର ଉପକଣ୍ଠରେ କୁନି ପିଲାଟିକୁ ଲୋମଟାଙ୍କୁରା ନିର୍ଯାତନା ଦିଆଯାଇଥିବା ଜଣାପଡ଼ିଛି। ଦ୍ୱିତୀୟ ପତ୍ନୀ ସହ ମିଶି ଖୋଦ୍ ବାପାଟିଏ କଅଁଳ ପିଲାଟିକୁ ଅମାନବୀୟ ଅତ୍ୟାଚାର କରିଥିବା ଅଭିଯୋଗ ହୋଇଛି। କେବେ ଶିକୁଳିରେ ବାନ୍ଧି ମାଡ଼ ତ ଆଉ କେବେ ଗରମ ପାଣିରେ ହାତ ବୁଡ଼ାଇ ଦଣ୍ଡ ଦେଇଛି
ରଥଯାତ୍ରାରେ ଗଜପତି କରିବେ ଛେରାପହଁରା । ସ୍ନାନପୂର୍ଣ୍ଣମାରେ ଛେରାପହଁରା କରିନଥିବା ଗଜପତି ମାହାରାଜ ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରାପହଁରା କରିବେ ବୋଲି ନିଜେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମେ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ ।
ରାତି ପାହିଲେ ଶ୍ରୀକ୍ଷେତ୍ରକୁ ଆସୁଛନ୍ତି ଲକ୍ଷଲକ୍ଷ ଭକ୍ତ । ହେଲେ ୫୦ ଫୁଟର ଅଳିଆ ଗଦାକୁ ଦେଖି ସମସ୍ତେ ଟେକୁଛନ୍ତି ନାକ । ବାରମ୍ବାର ଗୁହାରି ପରେ ବି କିଛି ଶୁଣୁନି ପ୍ରଶାସନ...ଆଜିକାଲି କହି ଦିନ ଗଡାଉଛି କିନ୍ତୁ ଅଳିଆ ଉଠୁନି