ସୋସିଆଲ ମିଡିଆରେ ପୁରୀ ସୋ'କୁ ନେଇ ମୋଦିଙ୍କ ମନ୍ତବ୍ୟ । ଅତି ଚମତ୍କାର ଥିଲା ପୁରୀ, କହିଲେ ମୋଦି ।
ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ରୋଡ୍ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ।
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ପରେ ସକାଳ ୮ଟାରେ ଆରମ୍ଭ ହେବ ମୋଦିଙ୍କ ରୋଡ୍ ସୋ। ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବେଳେ ଜଗନ୍ନାଥ ମନ୍ଦିର ଚାରିପାଖେ ଥିବା ପ୍ରାୟ ୨୦ଟି ପୁରାତନ ମଠର ହଜି ଯାଇଛି ସତ୍ତା ।
ତିନି ରଥର ୪୨ ଗୋଟି ତୁମ୍ବରେ ୧୬ ଯୋଡା ଲେଖାଏଁ ବିନ୍ଧ କାର୍ଯ୍ୟ ମହାରଣା ସେବକ ମାନେ ଜାରି ରଖିଛନ୍ତି। କରତୀ ସେବକ ମାନେ ମଧ୍ୟ ତୁମ୍ବ ଗୁଡ଼ିକର ବଳକା ଅଂଶର ଘେର କଟା କାର୍ଯ୍ୟ ଜାରି ରଖିଛନ୍ତି।
ଆଜି ତୃତୀୟ ଥର ପାଇଁ ପ୍ରଚାରରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ । ସେହିପରି ଆଜି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ । ରେଢ଼ାଖୋଲ, ପାଟଣା ଏବଂ ଖୋର୍ଦ୍ଧାରେ ସାଧାରଣ ସଭାରେ ଯୋଗ ଦେବେ ରାଜନାଥ ।
ପ୍ରଥମେ ମୋଦିଙ୍କ ଡୁପ୍ଲିକେଟ୍ ଚାବି ବାଣ। ତା ପରେ ରତ୍ନଭଣ୍ଡାର ଖୋଲିବାକୁ ଶାହାଙ୍କ ଗ୍ୟାରେଣ୍ଟି। ଆଉ ଭଣ୍ଡାର ଘରର ଢିଲା ସୁରକ୍ଷାକୁ ନେଇ ନଡ୍ଡାଙ୍କ ନନଷ୍ଟପ୍ ନିଶାନା।
ଆଜି ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ଆଜି ସେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଉତ୍ତର ଭୁବନେଶ୍ବର, କଟକ କିଶନ ନଗରରେ ସଭା କରିବେ। ପରେ ପରେ ପିପିଲିରେ ରୋଡ୍ ସୋ’ କରିବେ ହେମାମାଳିନୀ।
ବିଜେପି ଛାଡ଼ିଲେ ରମାରଞ୍ଜନ ବଳିୟାରସିଂହ। ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ ଆଜି ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।
ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଯୋଗୁ ତାତିରୁ ମିଳିଛି ଆଶ୍ୱସ୍ତି । ହେଲେ ଗତକାଲି ବିଳମ୍ବିତ ରାତିରେ ଏହି କାଳବୈଶାଖୀ ବର୍ଷା ଟ୍ୱିନ୍ ସିଟିକୁ ଅସ୍ତବ୍ୟସ୍ତ କରିପକାଇଛି । ହଠାତ କିଛି ସମୟ ପାଇଁ ଘଡଘଡ଼ି ବିଜୁ ସହ ପ୍ରବଳ ବର୍ଷା ହୋଇଥିଲା ।
ସମ୍ମାନ ଦେବା ମାନେ ଦୁର୍ବଳତା କି ବେଇମାନୀ ନୁହେଁ । ସମୀର ଦାଶଙ୍କୁ ଦଳ ଉପଯୁକ୍ତ ସମ୍ମାନ ଦେଇଛି ।
ଆଜିଠୁ ୨୧ ଦିନ ଧରି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ ଚନ୍ଦନ ଯାତ୍ରା। ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ହେବ। ସେହିପରି ଉତ୍କଳୀୟ ପରମ୍ପରା ଅନୁଯାୟୀ ଗାଁ ଗହଳିରେ ଆଜି ଅକ୍ଷିମୁଠି ଅନୁକୁଳ କରାଯିବାର ବିଧି ରହିଛି।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀ ଯାଇ ନିର୍ବାଚନ ପ୍ରଚାର କରିବେ। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ।
ପୁରୀ କୃଷ୍ଣପ୍ରସାଦ ନିର୍ବାଚନୀ ସଭାମଞ୍ଚରୁ ଓଡ଼ିଶା ପାଇଁ ବ୍ୟାପକ ଉନ୍ନୟନମୂଳକ କାର୍ଯ୍ୟର ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଗଡ଼କରୀ କହିଛନ୍ତି- ପାରାଦୀପରେ ନିର୍ମାଣ ହେବ ଏୟାରପୋର୍ଟ ।
ଓଡ଼ିଶା ପାଇଁ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା । ପୁରୀ କୃଷ୍ଣପ୍ରସାଦ ସଭାରେ ଓଡ଼ିଶା ପାଇଁ ବ୍ୟାପକ ଘୋଷଣା କରିଛନ୍ତି ଗଡ଼କରୀ । ଭୁବନେଶ୍ୱରରେ ହେବ ୧୧୧ କିଲୋମିଟରର ରିଂ ରୋଡ୍ । ରିଂ ରୋଡ୍ ୬ ଲେନ୍ ବିଶିଷ୍ଟ ହେବ । ଏଥିଲାଗି ଖର୍ଚ୍ଚ ହେବ ୬ ହଜାର ୫୦୦ କୋଟି ଟଙ୍କା ।
ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା...। ଆସିଯାଇଛି ନିର୍ବାଚନ...ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର...କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ଓଡ଼ିଶାରେ କେବେ ଆଉ କେଉଁଠି ହେଉଛି ନିର୍ବାଚନ। ଆପଣଙ୍କ ଅଞ୍ଚଳରେ କେବେ ହେଉଛି ଭୋଟ୍। ଏସବୁର ଟିକିନିଖି ଖବର ଜାଣିବାକୁ ପଢ଼ନ୍ତୁ...
ପୁରୀରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ପୁରୀରେ ପହଞ୍ଚିଲେ। ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଗଡ଼କରୀ।
ପିପିଲି ବିଧାନସଭା ଆସନରେ ଏମିତି ଚିତ୍ର । ରୁଦ୍ରଙ୍କ ବିରୋଧରେ ସ୍ବାଧୀନ ପ୍ରାର୍ଥୀ ହୋଇଛନ୍ତି ପତ୍ନୀ ଜାଗୃତି ପଣ୍ଡା ।
୨୧ଦିନପରେ ବଦଳିଲା ପାଗ । ଅସହ୍ୟ ଖରା ଓ ତାତିରୁ ମିଳିଲା ଆଶ୍ୱସ୍ତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି ।
ଉମା କଂଗ୍ରେସରୁ ଓ ସୁଜିତ ସ୍ୱାଧୀନ ଭାବେ ନୋମିନେସନ୍ କରିବାକୁ ଯାଇଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ଠେଲାପେଲା, ମୁଥ ମରା ମରି ପରିସ୍ଥିତି ସୃଷ୍ଟି ହୋଇଥିଲା।
ଏହି ଆକ୍ରମଣରେ ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ବେଳେ ମୁହଁରେ ବି ଆଘାତ ଲାଗିଛି।
ରାଜ୍ୟ କଂଗ୍ରେସରେ ଚାଲିଛି କଣ ? କିଏ ଯୋଗ୍ୟ ଆଉ କିଏ ଅଯୋଗ୍ୟ ? ୨୦୨୪ ନିର୍ବାଚନରେ ଦଳ ଲଢେଇ କରିବ ନା ନିଜ ଦଳ ଭିତରେ ଚାଲିଥିବା ତୀବ୍ର ଅସନ୍ତୋଷକୁ ମ୍ୟାନେଜ୍ କରିବ ?
ସୁଜିତ ମହାପାତ୍ରଙ୍କ ଟିକେଟ କଟିବା ପରେ ପୁରୀ ଜିଲ୍ଲା କଂଗ୍ରେସ ଅଫିସ୍ରେ ପଶି ପାଟିତୁଣ୍ଡ ସହ ଭଙ୍ଗାରୁଜା କରିଛନ୍ତି ସୁଜିତଙ୍କ ସମର୍ଥକ ।
ଆଠଗଡ଼ରେ ନୂଆ ପ୍ରାର୍ଥୀ ହେଲେ ସୁଦର୍ଶନ ସାହୁ । ପୁରୀରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ ।