rain
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।
ଉତ୍ତର ଓଡ଼ିଶାର କିଛି ଜିଲ୍ଲା ସହିତ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳରେ ବି ବର୍ଷା ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ତେଣୁ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain-789_1626757994.jpg)