rain
ଭୁବନେଶ୍ୱର : ଆଜି ରାଜ୍ୟରେ ଶୀତ ଲହରି ଅନୁଭୂତ ନେଇ ୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ସୋନପୁର, ଝାରସୁଗୁଡ଼ା, ଦେବଗଡ଼, ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଅନୁଗୁଳ, ସୋନପୁର, ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୭ରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ସେହିପରି ଆସନ୍ତା ୨୮ରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି। ଜାନୁଆରୀ ୨୯ରେ ୬ ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଷେଶକରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାରେ ବର୍ଷା ସମ୍ଭାବନା ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain-2_1626690697.jpg)