Advertisment

ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା; ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା; ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

rainfall

  • ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
  • ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ
Advertisment

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷାର ପ୍ରଭାବ ସାମାନ୍ୟ ହ୍ରାସ ପାଇଛି। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ଜଣାପଡ଼ିଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଅନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଗତକାଲି ଭୁବନେଶ୍ୱରରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇ ଥିବାବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି। ଗତକାଲି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ମଧ୍ୟ ରେକର୍ଡ ହୋଇଛି। ମୟୂରଭଞ୍ଜର ଚନ୍ଦନପୁରରେ ସର୍ବାଧିକ ୧୨୧. ୪ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ନୂଆପଡ଼ା କୋମନାରେ ୮୬. ୩ ମିଲିମିଟର, ବରଗଡ଼ ଜିଲ୍ଲା ପଦ୍ମପୁରରେ ୮୦ ମି.ମି., ନବରଙ୍ଗପୁର ଝରିଗାଁରେ ୭୯. ୪ ମିଲିମିଟର ବର୍ଷା ରେକର୍ଡ ହୋଇଛି।

Weather Alert
Advertisment
Advertisment