Advertisment

ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]

author-image
Rajalaxmi Sahoo
ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

heavy rainfall

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Advertisment

ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ଟ୍ରପ୍ ଲାଇନ୍ ଧୀରେଧୀରେ ଦକ୍ଷିଣ ଆଡ଼କୁ ଗତି କରିବ। ଏହାର ପ୍ରଭାବରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗିର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ତାରିଖରେ ନୂଆପଡ଼ା, ବଲାଙ୍ଗିର ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment
Heavy Rainfall Odisha Weather News Weather Forecast Rain In Odisha Odisha Weather Update Heavy Rain Heavy Rainfall In Odisha Heavy Rain In Odisha Weather Alert In Odisha Weather Updates In Odisha Weather In Odisha Heavy Rainfall In Odisha News Heavy Rainl In Odisha News
Advertisment
Advertisment