Advertisment

ରଜକୁ ଫିକା କରିପାରେ ବର୍ଷା, ଦୁଇ ଦିନ ଯାଏ ବର୍ଷିବ !

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ସହ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତକାଲି ମୌସୁମୀ ବାୟୁ ମାଲକାନାଗିରି ଓ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ମୌସୁମୀ ଛୁଇଁ ସାରିଥିବାବେଳେ ଆଜି ପ୍ରାୟ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ।  ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

ରଜକୁ ଫିକା କରିପାରେ ବର୍ଷା, ଦୁଇ ଦିନ ଯାଏ ବର୍ଷିବ !

rainfall

Advertisment

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିବା ସହ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ  ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

Advertisment

ଗତକାଲି ମୌସୁମୀ ବାୟୁ ମାଲକାନାଗିରି ଓ କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ମୌସୁମୀ ଛୁଇଁ ସାରିଥିବାବେଳେ ଆଜି ପ୍ରାୟ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ମୌସୁମୀର ପ୍ରଭାବ ଦେଖିବାକୁ ମିଳିବ।  ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୨ଦିନ ଯାଏ ବର୍ଷା ଲାଗି ରହିପାରେ। ଏହାପରେ ବର୍ଷାର ପରିମାଣ କମିପାରେ। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। 

Advertisment

ଆଜି ପାଇଁ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ଲାଗି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। 

Rain Rain In Odisha Rainfall In Odisha Raja Kahabar Odisha Lowpressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ