Advertisment

ବିଜେଡି ସାଂସଦ ପ୍ରାର୍ଥୀ ନଳିନୀ ପ୍ରଧାନଙ୍କ ପ୍ରାର୍ଥିପତ୍ର କାଏମ

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁରର ବିଜେଡି ଲୋକସଭା ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନଙ୍କ ପ୍ରାର୍ଥିପତ୍ର କାଏମ ରହିଛି। ଯାଞ୍ଚ ପରେ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ଣ୍ଣିଂ ଅଫିସର ତଥା ସମ୍ବଲପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ତେବେ ଏହାକୁ ନେଇ ବିଜେପି ଅସନ୍ତୋଷ ପ୍ରକାଶ କରିଛି। ଏନେଇ ହାଇକୋର୍ଟରେ ଆବେଦନ କରାଯିବ ବୋଲି ବିଜେପି ଧମକ ଦେଇଛି। ବେଆଇନ ଭାବେ ଶୁଣାଣି କରାଯାଇଛି ବୋଲି ବିଜେପି ପ୍ରାର୍ଥୀ ନୀତେଶ ଗଙ୍ଗଦେବ ଅଭିଯୋଗ କରିଛନ୍ତି। ନଳିନୀ ବିଜେଡିରୁ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର […]

ବିଜେଡି ସାଂସଦ ପ୍ରାର୍ଥୀ ନଳିନୀ ପ୍ରଧାନଙ୍କ ପ୍ରାର୍ଥିପତ୍ର କାଏମ

Nalini-Pradhan

Advertisment

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁରର ବିଜେଡି ଲୋକସଭା ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନଙ୍କ ପ୍ରାର୍ଥିପତ୍ର କାଏମ ରହିଛି। ଯାଞ୍ଚ ପରେ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ଣ୍ଣିଂ ଅଫିସର ତଥା ସମ୍ବଲପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି।

Advertisment

ତେବେ ଏହାକୁ ନେଇ ବିଜେପି ଅସନ୍ତୋଷ ପ୍ରକାଶ କରିଛି। ଏନେଇ ହାଇକୋର୍ଟରେ ଆବେଦନ କରାଯିବ ବୋଲି ବିଜେପି ଧମକ ଦେଇଛି। ବେଆଇନ ଭାବେ ଶୁଣାଣି କରାଯାଇଛି ବୋଲି ବିଜେପି ପ୍ରାର୍ଥୀ ନୀତେଶ ଗଙ୍ଗଦେବ ଅଭିଯୋଗ କରିଛନ୍ତି।

ନଳିନୀ ବିଜେଡିରୁ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ ହେଲେ ତାଙ୍କ ବିରୋଧରେ ନୀତେଶ ଅଫିସ ଅଫ୍ ପ୍ରଫିଟ୍ ଅଭିଯୋଗ ଆଣିବାରୁ ପ୍ରାର୍ଥିପତ୍ର ଯାଞ୍ଚ ଘୁଞ୍ଚାଇ ଦିଆଯାଇଥିଲା। ଏନେଇ ଜିଲ୍ଲାପାଳ ଉଭୟ ପ୍ରାର୍ଥୀଙ୍କ ଉପସ୍ଥିତିରେ ମାମଲାର ଶୁଣାଣି କରିବା ସହ ନଳିନୀଙ୍କ ପ୍ରାର୍ଥିପତ୍ର କାଏମ ରଖିଛନ୍ତି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ