Advertisment

ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର: ଜୁନ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ। ଏନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ୍‌ ରେଜଲ୍ଟ ବାହାରିବା ନେଇ ସେ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି।…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

results

ଭୁବନେଶ୍ୱର: ଜୁନ ଶେଷ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ। ଏନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ୍‌ ରେଜଲ୍ଟ ବାହାରିବା ନେଇ ସେ କହିଛନ୍ତି, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି।

Advertisment

ତେବେ ସ୍କୁଲ୍‌ ଖୋଲାଯିବା ସମ୍ପର୍କରେ ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏବେ ସ୍କୁଲ ଖୋଲାଯିବା ସମ୍ପର୍କରେ କହିବା ସମ୍ଭବ ନୁହେଁ। ମୁଖ୍ୟମନ୍ତ୍ରୀ ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ।

ଆସନ୍ତା ୧୭ରୁ ୟୁଟ୍ୟୁବ୍‌ରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ଅନ୍‌ଲାଇନ୍‌ରେ ପାଠପଢ଼ା ଯିବ। ସକାଳ ସାଢ଼େ ୧୦ଟାରୁ ଅପରାହ୍ନ ୧ଟା ମଧ୍ୟରେ ପାଠପଢ଼ା ହେବ। ଏନେଇ ସବୁ ଜିଲ୍ଲାର ଡିଇଓମାନଙ୍କୁ ବିଷୟ ସ୍ଥିର କରିବାକୁ କୁହାଯାଇଛି। ଆସନ୍ତା ୧୮ରେ ଏନେଇ ୩୦ ଜିଲ୍ଲାର ଡିଇଓମାନଙ୍କ ସହ ବୈଠକ ହେବ। ଅନ୍ୟପକ୍ଷରେ, ଯୁକ୍ତ ଦୁଇ ରେଜଲ୍ଟ ନେଇ ବିଶେଷଜ୍ଞ କମିଟି ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।

Advertisment

ମାଟ୍ରିକ୍ ରେଜଲ୍ଟ ପାଇଁ ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତିକୁ ଗତ ମାସରେ ବୋର୍ଡ ଅନୁମୋଦନ କରିଥିଲା। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାୟନ ହେବ। ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ। ସେହିଭଳି ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ୍‌ ପରୀକ୍ଷାରେ ପିଲା ରଖିଥିବା ମାର୍କକୁ ମଧ୍ୟ ବିଚାରକୁ ନିଆଯିବ। ନବମର ୪୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବ।

କରୋନା ସଂକ୍ରମଣ ଦୃଷ୍ଟିରୁ ମାଟ୍ରିକ୍‌ ପରୀକ୍ଷା ବାତିଲ କରାଯାଇଥିଲା। CBSE/ ICSE ପରେ ମାଟ୍ରିକ୍‌ ପରୀକ୍ଷା ବାତିଲ୍‌ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

Advertisment
Advertisment