Advertisment

ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ RTPCR ଟେଷ୍ଟ ବାଧ୍ୟତାମୂଳକ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୯ଶହ ମୁହାଁ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍ ନିୟମାବଳୀକୁ କଡ଼ାକଡ଼ି ଲାଗୁ କରାଯାଇଛି। ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଯେଉଁମାନେ RTPCR ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ ଲାଗି କ୍ୱାରେଣ୍ଟିନରେ ରଖାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ […]

author-image
Rajalaxmi Sahoo
ବାହାର ରାଜ୍ୟରୁ ଓଡ଼ିଶାକୁ ଆସିଲେ RTPCR ଟେଷ୍ଟ ବାଧ୍ୟତାମୂଳକ: ସ୍ୱାସ୍ଥ୍ୟମନ୍ତ୍ରୀ

health minister

ଭୁବନେଶ୍ୱର: ରାଜ୍ୟରେ ୯ଶହ ମୁହାଁ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍ ନିୟମାବଳୀକୁ କଡ଼ାକଡ଼ି ଲାଗୁ କରାଯାଇଛି। ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଯେଉଁମାନେ RTPCR ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ ଲାଗି କ୍ୱାରେଣ୍ଟିନରେ ରଖାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି।

Advertisment

ଏପରିକି ପଶ୍ଚିମବଙ୍ଗରୁ ଫେରୁଥିବା ଲୋକଙ୍କର ବି RTPCR ଟେଷ୍ଟ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଓ ସାନିଟାଇଜର ବ୍ୟବହାର କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଇଛି। ସବୁ ସ୍ଥାନରେ ଏହାକୁ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ରାଜ୍ୟରେ ଏଯାଏ କିଛି କଟକଣା ହୋଇନି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ୍‌ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।

ସ୍ୱାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାଜ୍ୟରେ ଦିନକୁ ଅଢ଼େଇ ଲକ୍ଷ ଟିକା ଦରକାର। ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖା ଯାଇଛି। 

Advertisment

ରାଜ୍ୟରେ ଟିକାର ଅଭାବ ଦର୍ଶାଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ। ସେ କହିଛନ୍ତି, ଦୁଇ ଦିନ ଭିତରେ ଟିକା ନ ଆସିଲେ ଟିକାକରଣ ବାଧାପ୍ରାପ୍ତ ହେବ। ଟିକା ଅଭାବରୁ ଗତକାଲି ଟିକାକରଣ ବାଧାପ୍ରାପ୍ତ ହୋଇଛି।

ଟିକା ଅଭାବ ବୋଲି ଦର୍ଶାଇ ରାଜ୍ୟ ସରକାର ଟିକାକରଣ ପ୍ରକ୍ରିୟାକୁ ସଫଳ ହେବାକୁ ଦେଉନଥିବା ବିଜେପି କହିଛି। ସେପଟେ ଟିକାକୁ ନେଇ ଉଭୟ ବିଜେଡି ଓ ବିଜେପି ରାଜନୀତି କରୁଥିବା କଂଗ୍ରେସ କହିଛି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୫୧୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୧ ଚିହ୍ନଟ ହୋଇଛନ୍ତି।

ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ପୁଣିଥରେ ଭୁବନେଶ୍ୱର ୟୁନିଟ-୧ ସ୍ଥିତ SBI ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି। ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେବାରୁ ୪ ଦିନ ପାଇଁ ଭୁବନେଶ୍ୱର ମହାନଗର ନିଗମ (BMC) ପକ୍ଷରୁ ୟୁନିଟ-୧ ସ୍ଥିତ SBI ମୁଖ୍ୟ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି। 

Corona Breaking News
Advertisment
Advertisment