Advertisment

ଆଜି ପୁଣି ଟଣା ହେବ ରୁକୁଣା ରଥ

ଭୁବନେଶ୍ୱର: ବଢ଼େଇ ବାଙ୍କରେ ଅଟକି ଥିବା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ପୁଣି ଟଣା ହେବ। ଗତକାଲି ରୁକୁଣା ରଥଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଥିଲା ଏକାମ୍ର କ୍ଷେତ୍ର। ଠାକୁରଙ୍କ ଦୈନନ୍ଦିନ ନୀତିକାନ୍ତି ସହ ମଙ୍ଗଳ ଆଳତୀ ଓ ଅବକାଶ ପରେ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା। ନୀତି ପ୍ରାୟ ଦେଢ଼ ଘଣ୍ଟା ବିଳମ୍ବ ଥିବାରୁ ଦିନ ସାଢେ ୨ଟାରେ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରାୟ ୩ଟାରେ ମହାପ୍ରଭୁ ରଥାରୁଢ଼ ହୋଇଥିଲେ। ଏହାପରେ ଅନ୍ୟାନ୍ୟ ନୀତିକାନ୍ତି […]

ଆଜି ପୁଣି ଟଣା ହେବ ରୁକୁଣା ରଥ

rathha

Advertisment

ଭୁବନେଶ୍ୱର: ବଢ଼େଇ ବାଙ୍କରେ ଅଟକି ଥିବା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଆଜି ପୁଣି ଟଣା ହେବ। ଗତକାଲି ରୁକୁଣା ରଥଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଥିଲା ଏକାମ୍ର କ୍ଷେତ୍ର। ଠାକୁରଙ୍କ ଦୈନନ୍ଦିନ ନୀତିକାନ୍ତି ସହ ମଙ୍ଗଳ ଆଳତୀ ଓ ଅବକାଶ ପରେ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା।
ନୀତି ପ୍ରାୟ ଦେଢ଼ ଘଣ୍ଟା ବିଳମ୍ବ ଥିବାରୁ ଦିନ ସାଢେ ୨ଟାରେ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରାୟ ୩ଟାରେ ମହାପ୍ରଭୁ ରଥାରୁଢ଼ ହୋଇଥିଲେ। ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ହୋଇଥିଲା। ପରେ ମହାପ୍ରଭୁ ଲିଙ୍ଗରାଜଙ୍କ ରଥଟଣା ଆରମ୍ଭ ହୋଇଥିଲା।

Advertisment

ତେବେ ସଂଧ୍ୟା ହେବାରୁ ବଢେଇବାଙ୍କ ପୂର୍ବରୁ ରୁକୁଣା ରଥ ଅଟକି ଯାଇଥିଲା। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ଶାନ୍ତି ଶୃଙ୍ଖଳା ପାଇଁ ୨୦ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ