• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Sambalpur

Fire
BR ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ, ପୋଡ଼ି ହୋଇଗଲେ ୨ କର୍ମଚାରୀ

BR ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ।  SMS - 2 ର ଦୁଇ ନମ୍ବର ବ୍ଲାଷ୍ଟ୍ ଫର୍ଣ୍ଣେସରେ ହଠାତ୍‌ ବିସ୍ଫୋରଣ ହେବା ଫଳରେ ୨ ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। କିଛିଦିନ ପୂର୍ବେ ଏହି ପ୍ଲାଣ୍ଟରେ ଅଘଟଣ ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା।

No Road To Village
ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ: ବାପା କାନ୍ଧରେ ଚାଲିଗଲା ଝିଅର ଜୀବନ

ବାପା କାନ୍ଧରେ ଚାଲିଗଲା ଝିଅର ଜୀବନ। ଗାଁକୁ ଭଲ ରାସ୍ତା ନ ଥିବାରୁ ଝିଅର ଜୀବନ ରକ୍ଷା ପାଇଁ ୨ କି.ମି. କାନ୍ଧେଇ ଆମ୍ବୁଲାନ୍ସ ପାଖକୁ ଚାଲି ଚାଲି ଆସିଲା ବାପା। ହେଲେ ଆମ୍ବୁଲାନ୍ସରେ ଝିଅକୁ ନେଇ ମେଡିକାଲ୍‌ରେ ପହଞ୍ଚିଲା ବେଳକୁ ଝିଅର ପ୍ରାଣବାୟୁ ଉଡ଼ି ଯାଇଥିଲା।

Notorious Criminal Tima Arrested
ଧରାପଡ଼ିଲା କୁଖ୍ୟାତ ଅପରାଧୀ ଟିମା

କୁଖ୍ୟାତ ଅପରାଧୀ ଧନେଶ୍ୱର ଝାଙ୍କର ଓରଫ ଟିମା ଗିରଫ। ୨୦୧୮ରେ କେନ୍ଦୁଝର ପୋଲିସ ଟିମାକୁ ରିମାଣ୍ଡରେ ନେବାବେଳେ ପୋଲିସ ହେପାଜତରୁ ସେ ଚମ୍ପଟ ମାରିଥିଲା।

Mahanadi
୩ ବର୍ଷରେ ୩୨ଜଣଙ୍କ ମୁଣ୍ଡ ନେଲାଣି କଟକ ମହାନଦୀ

ସାମାନ୍ୟ ଅସାବଧାନତାରୁ ମୃତ୍ୟୁର ମହାସ୍ରୋତ ସାଜୁଛି କି ମହାନଦୀ ? ଗତକାଲି ସମ୍ବଲପୁରରେ ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଅକାଳ ମୃତ୍ୟୁ, ଏଭଳି ପ୍ରଶ୍ନକୁ ଉଜ୍ଜୀବୀତ କରିଛି । ବେପରୁଆ ଗାଧୁଆ ହେଉ କି ନୌକା ଦୁର୍ଘଟଣା ଅବା ଆତ୍ମହତ୍ୟା ।

visut
ଭିସୁଟ ଛାତ୍ରଙ୍କୁ ରାଗିଂ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ କର୍ତ୍ତୃପକ୍ଷ

ବୁର୍ଲା ଭିସୁଟର ଜଣେ ଛାତ୍ରଙ୍କୁ ମାଡ଼ ମରା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ । ୨ ଜଣ ଛାତ୍ରଙ୍କୁ ୨ ବର୍ଷ ଲେଖାଏଁ ଓ ଅନ୍ୟ ୧୦ ଛାତ୍ରଙ୍କୁ ବର୍ଷେ ଲେଖାଏଁ ବିଶ୍ୱବିଦ୍ୟାଳୟରୁ ବହିଷ୍କାର କରାଯାଇଛି

Burla VSSUT
ମହଙ୍ଗା ପଡ଼ିଲା ଛାତ୍ରଙ୍କୁ ମାଡ଼ ମାରିବା, ବହିଷ୍କୃତ ହେଲେ VSSUTର ୧୨ ଛାତ୍ର

ବୁର୍ଲା ଭିସୁଟ୍‌ରେ ଜଣେ ତୃତୀୟ ବର୍ଷର ଇଞ୍ଜିନିୟରିଂ ଛାତ୍ରଙ୍କୁ ମାଡ଼ମରା ଘଟଣାରେ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨ ଜଣ ଛାତ୍ରଙ୍କୁ ୨ ବର୍ଷ ପାଇଁ ଏବଂ ଅନ୍ୟ ୧୦ ଜଣ ଛାତ୍ରଙ୍କୁ ବର୍ଷେ ପାଇଁ ବହିଷ୍କାର କରାଯାଇଛି।

Narega Work
କାମ କଲେ କିନ୍ତୁ ମଜୁରୀ ପାଇଲେ ନାହିଁ

NREGAରେ କାମ କରିବା ପରେ ମିଳୁନି ପାରିଶ୍ରମିକ । ଏନେଇ ବାରମ୍ବାର ଦାବି ପରେ ବି କେହି ଶୁଣୁନଥିବା ଅଭିଯୋଗ ହୋଇଛି । ସମ୍ବଲପୁର କେଶାଇବାହାଲ ପଞ୍ଚାୟତର ଶହ ଶହ ଶ୍ରମିକ ଏଭଳି ଅଭିଯୋଗ ଆଣି ବିକ୍ଷୋଭ ଶୋଭାଯାତ୍ରା କରିଛନ୍ତି।

visut
ଭିସୁଟ୍‌ରେ ପୁଣି ଛାତ୍ରଙ୍କୁ କରାଗଲା ରାଗିଂ !

ବୁର୍ଲା ଭିସୁଟ୍‌ରେ ପୁଣି ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି । ଜଣେ ୩ୟ ବର୍ଷ ଛାତ୍ରଙ୍କୁ ୪ର୍ଥ ବର୍ଷ ଛାତ୍ରଙ୍କ ମାଡ଼ ଅଭିଯୋଗ । କାଲି ରାତିରେ ଏକ ହଷ୍ଟେଲରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ ହୋଇଥିବା ନେଇ ସୂଚନା ମିଳିଛି । ଛାତ୍ରଙ୍କ ମୁହଁ, ପିଠି, ହାତରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ତେବେ କିଛି ଦିନର ଅନ୍ତର ପରେ ପୁଣି ଭିସୁଟ୍‌ରେ ଏପରି ଘଟଣା ଘଟିଥିବା ସାମ୍ନାକୁ ଆସିଛି

Nuakhai in western Odisha
ଆଜି ନୂଆଁଖାଇ; ନବାନ୍ନ ଲାଗି ପାଇଁ ମାହେନ୍ଦ୍ର ବେଳାକୁ ଅପେକ୍ଷା

ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ  । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ।  ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ । ଏହାପରେ ଘରେ ଘରେ ନୂଆ ଖାଇବେ । ସମସ୍ତେ ଯିଏ ଯେଉଁଠି ଥିଲେ ବି ସମସ୍ତେ ଘରେ ପହଞ୍ଚି ସାରିଛନ୍ତି  ପିଠା ମିଠା ସାଙ୍ଗକୁ ଘରେ ଘରେ କୁଣିଆଙ୍କ ଜମିିଛି ଭିଡ ।

bridge collapsed
ନଦୀ ପାର ହେଉଥିଲା ଡମ୍ପର, ଭୁଶୁଡି ପଡ଼ିଲା ବ୍ରିଜ

ନଦୀ ପାର ହେଉଥିଲା ଡମ୍ପର। ହଠାତ ଭୁଶୁଡି ପଡ଼ିଲା ପୋଲ। ନଦୀ ଭିତରେ ଖସିପଡ଼ିଲା ଡମ୍ପର। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  ସମ୍ବଲପୁର ଜିଲ୍ଲାରେ। ଘଟଣାସ୍ଥଳରୁ ଜଣକୁ ଉଦ୍ଧାର କରାଯାଇଛି।  

Tatoo
ଏବେ ସବୁଆଡ଼େ ଟାଟୁ ଟ୍ରେଣ୍ଡ, ସମ୍ବଲପୁରରେ ବଢ଼ୁଛି ଚାହିଦା

ଏବେ ଟ୍ରେଣ୍ଡରେ ଅଛି ଟାଟୁ । ଯୁବ ପିଢିଠୁ ଆରମ୍ଭ କରି ମହିଳା ଓ ପୁରୁଷ ସମସ୍ତେ ଦେହରେ ଟାଟୁ କରି ସଜେଇ ହେବାକୁ ବେଶ୍ ପସନ୍ଦ କରୁଛନ୍ତି । ମେଟ୍ରୋ ହେଉ କି ଛୋଟ ସହର ସବୁଠି ଅଛି ଟାଟୁର କ୍ରେଜ୍ ।

dead body
ମଣ୍ଡିରେ ଧାନ ବିକ୍ରି ନହେବାରୁ ଚାଷୀଙ୍କ ଆତ୍ମହତ୍ୟା !

ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା । ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଧନକଉଡ଼ା ବ୍ଲକ୍‌ କୁଦଗୁଣ୍ଡେରପୁର ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

shree mandir
ଶ୍ରୀମନ୍ଦିର ବ୍ୟତୀତ ଅନ୍ୟ ସମସ୍ତ ଧର୍ମପୀଠ ଖୋଲା, ସମଲେଶ୍ୱରୀ ମନ୍ଦିରରେ ଶିଶୁ-ବୃଦ୍ଧଙ୍କୁ ବାରଣ

ଶ୍ରୀମନ୍ଦିର ବ୍ୟତୀତ ପୁରୀ ସହରରେ ଅନ୍ୟ ସମସ୍ତ ଧର୍ମପୀଠ ଖୋଲିବା ଲାଗି ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ । କୋଭିଡ୍ ଗାଇଡଲାଇନ୍ ଭିତରେ ସହରର ସମସ୍ତ ମଠ, ମନ୍ଦିର ସହ ଅନ୍ୟ ଧାର୍ମିକ ଅନୁଷ୍ଠାନ ସକାଳ ୬ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲାଯିବ ।

durjan munda
ଖଟିଲେ ଖାଉଛନ୍ତି, କାନ୍ଦି କାନ୍ଦି ନିଜ ଦୁଃଖ ବଖାଣିଲେ ପୂର୍ବତନ ନାଏବ ସରପଞ୍ଚ

୨୦୦୭ ରୁ ୨୦୧୨ ପର୍ଯ୍ୟନ୍ତ ଘୁଷୁରାମାଲ ପଚାଂୟତରେ ଦୁର୍ଜନ ମୁଣ୍ଡା ନାଏବ ସରପଞ୍ଚ ଥିଲେ । ପଞ୍ଚାୟତ କାର୍ଯ୍ୟାଳୟରେ ବସି ଅଞ୍ଚଳର ବିକାଶ ତଥା ସମସ୍ୟାର ବିଚାର କରୁଥିଲେ ।

Mobile Net Work Problem
ଗାଁରେ ଆସୁନି ନେଟ୍‌ୱାର୍କ, ପାହାଡ଼ ଉପରେ ପାଠ ପଢ଼ୁଛନ୍ତି ପିଲା

ଆଦିବାସୀ ଅଧ୍ୟୁସିତ ବଣ ପାହାଡ ଘେରା କୁଚିଣ୍ଡା ଉପଖଣ୍ଡର ଶିରିଡ ଗାଁରେ ଅପହଂଚ ମୋବାଇଲ ନେଟୱାର୍କ। । ଇଂଟରନେଟ ସେବା ଉପଲବ୍ଧ ହେଉନଥିବାରୁ ଚାଷୀଙ୍କ ଧାନ ବିକ୍ରି ଠାରୁ ଆରମ୍ଭ କରି ଗ୍ରାମର ଉନ୍ନୟନ ମୂଳକ କାମ, ପୋଷ୍ଟ ଅଫିସ କାମ କି ଛାତ୍ର ଛାତ୍ରୀଙ୍କ ପାଠପଢା ସବୁ ବାଧାପ୍ରାପ୍ତ ହେଉଛି । କଥା ହେବା ଠାରୁ ଆରମ୍ଭ କରି ନେଟ ସେବା ପାଇଁ ଗାଁ ମୁଣ୍ଡ ସ୍ଥିତ ପଥୁରିଆ ପାହାଡ ସାହା ଭରସା ଏବେ ପାଲଟିଛି ।

Hirakud Dam
ହୀରାକୁଦ ଡ୍ୟାମରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ହୀରାକୁଦ ଜଳଭଣ୍ଡାରରୁ ଆଜି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି। ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍ ଖୋଲା ଯାଇଛି।

Redhakhol
ମରିଗଲା ମାନବିକତା ! ପାଖ ପଡ଼ୋଶୀ ବି ଆସିଲେନି, ମୃତଦେହକୁ କାନ୍ଧ ଦେଲେନି

ମରିଗଲା ମାନବିକତା । ପାଖ ପଡ଼ୋଶୀ ବି ଦେଲେନି କାନ୍ଧ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ରେଢାଖୋଲ ଉପଖଣ୍ଡ ଚାରମାଳ ଥାନା ବାରବାଙ୍କ ଗାଁରେ ।