/odishatv-khabar/media/post_attachments/uploadimage/library/16_9/16_9_0/school_1626173557.jpg)
school
ଭୁବନେଶ୍ୱର: କରୋନା ମହାମାରୀ ପାଇଁ ଦୀର୍ଘ ୧୦ ମାସ ସ୍କୁଲ୍ ବନ୍ଦ ରହିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଶୀଘ୍ର ଖୋଲିପାରେ। ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସଙ୍କେତ ଦେଇଛନ୍ତି।
ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଅଙ୍ଗନବାଡ଼ି ଯେହେତୁ ଖୋଲିଲାଣି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲାଯିବ। ଏଥିପାଇଁ SOP ପ୍ରସ୍ତୁତ କରାଯାଉଛି।
ତେବେ ନିର୍ଦ୍ଦିଷ୍ଟ ଭାବେ କେବେଠାରୁ ସ୍କୁଲ୍ ଖୋଲିବ, ସେ ସଂପର୍କରେ କିଛି ସ୍ପଷ୍ଟ କରିନାହାନ୍ତି ମନ୍ତ୍ରୀ ସମୀର ଦାଶ। ଆସନ୍ତା ସୋମବାରଠୁ ନବମ ଓ ଏକାଦଶ ଶ୍ରେଣୀର ମଧ୍ୟ ପାଠପଢ଼ା ଆରମ୍ଭ ହେବ।
ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଜାନୁଆରୀ ୮ରୁ ସ୍କୁଲ୍ ଖୋଲିବା ସହ ପାଠପଢ଼ା ଚାଲିଛି। ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପାଠପଢ଼ା ଆରମ୍ଭ ହୋଇଥିବାବେଳେ କିଛିଦିନ ତଳେ ଫର୍ମପୂରଣ ଫି’କୁ ସରକାର ଛାଡ୍ କରିଥିଲେ।
ମେ ୩ ତାରିଖରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବ। ୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ମେ ୩ ରୁ ୧୨ ଯାଏ ସଂସ୍କୃତ ମଧ୍ୟମା ପରୀକ୍ଷା ହେବ ବୋଲି ଜଣାପଡ଼ିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)