rout
ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।
ସ୍ନେହଲତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ତାଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ଏହି ସୂଚନା ଦେଇଛନ୍ତି।
ଦାମ ରାଉତଙ୍କ ବାସଭବନରେ ସ୍ନେହଲତାଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓ ସ୍ନେହଲତାଙ୍କ ଶେଷ ଦର୍ଶନ କରିଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rout1_1626758553.jpg)