Advertisment

ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ କରୋନା, ହସ୍ପିଟାଲ୍‌ରେ ଭର୍ତ୍ତି

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଅସୁସ୍ଥ ଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାରା ବାହିନୀପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ପତ୍ନୀ ତଥା କୋରାପୁଟ…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ବରିଷ୍ଠ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ କରୋନା, ହସ୍ପିଟାଲ୍‌ରେ ଭର୍ତ୍ତି

tara bahinipati

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଅସୁସ୍ଥ ଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାରା ବାହିନୀପତିଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ପତ୍ନୀ ତଥା କୋରାପୁଟ ଜିଲ୍ଲା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ସୂଚନା ଦେଇଛନ୍ତି। ଗତକାଲି ତାରା ବାହିନୀପତି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାରା ବାହିନୀପତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଟ୍ୱିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କୋଭିଡ ସଂକ୍ରମିତ ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

Advertisment


ସୂଚନାଥାଉ କି, ଗତକାଲି ମାହାଙ୍ଗାର ପୂର୍ବତନ ବିଧାୟକ ତଥା ପୂର୍ବତନ କାଜୁ ନିଗମ ଅଧ୍ୟକ୍ଷ ବିକ୍ରମ ବର୍ମାଙ୍କର ପରଲୋକ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱରର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଥିଲେ। ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ତାଙ୍କ ଜ୍ୱାଇଁ ନିରଞ୍ଜନ ଭୂୟାଁ କହିଛନ୍ତି। ବିକ୍ରମ ବର୍ମା ମାହାଙ୍ଗାରୁ ବିଜୁ ଜନତା ଦଳ ପକ୍ଷରୁ ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୦୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
Advertisment