Student Give Birth Photograph: (OTV)
ଶିଶୁ ପୁତ୍ର ଜନ୍ମ ଦେଲେ ନବମ ଶ୍ରେଣୀ ଛାତ୍ରୀ। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲାର ଏକ ସରକାରୀ ଉଚ୍ଚ ବିଦ୍ୟାଳୟର ହଷ୍ଟେଲରେ। ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି।
ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ ଗତବର୍ଷ ନାବାଳିକ ଛୁଟିରେ ଘରକୁ ଯାଇଥିଲେ। ଛୁଟି ସାରି ହଷ୍ଟେଲ ଆସିଥିଲେ। କିଛି ମାସ ପୂର୍ବରୁ ନାବାଳିକା ଜଣଙ୍କ ଗର୍ଭବତୀ ଥିବା ଜଣାପଡିବା ପରେ ପରିବାର ଲୋକଙ୍କୁ ଡାକି ଛାତ୍ରୀଙ୍କୁ ଘରକୁ ପଠାଇ ଦେଇଥିଲେ।
କିଛି ଦିନ ପୂର୍ବରୁ ଛାତ୍ରୀ ଜଣଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ବେଳେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ନଥିବା ଜଣାପଡିଛି। ପରିବାର ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଜାରି ରଖିଛି। ଏନେଇ ସ୍କୁଲ କର୍ତ୍ତୃପକ୍ଷ ଏବଂ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/08/student-give-birth-2026-03-08-15-20-47.jpg)