/odishatv-khabar/media/post_attachments/uploadimage/library/16_9/16_9_0/monsoon_1623323525.jpg)
monsoon
ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Southwest #Monsoon has set in over #Odisha today, the #10thJune 2021.
Conditions are favourable for further advance of southwest monsoon into remaining parts of Odisha, during next 48 hours. #Monsoon2021#MonsoonUpdate#Monsoonpic.twitter.com/ZcEmW03Ism— Meteorological Centre, Bhubaneswar (@mcbbsr) June 10, 2021
ଓଟିଭିକୁ IMDର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇ କହିଛନ୍ତି, ଆଜି ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି। ଦକ୍ଷିଣ ଓଡ଼ିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି। ଲଘୁଚାପ ଯୋଗୁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୧ ତାରିଖରେ ସବୁଠାରୁ ବେଶୀ ବର୍ଷା ହେବା ନେଇ ଆକଳନ କରାଯାଉଛି।
ଅନ୍ୟପକ୍ଷେ, ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।
ଜୁନ୍ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା। କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମ୍ଡି ସୂଚନା ଦେଇଥିବା ବେଳେ ଏହାର ୧୦-୧୨ ଦିନ ପରେ ମୌସୁମୀ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି )ପୂର୍ବାନୁମାନ କରିଥିଲା। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।
ମୌସୁମୀ ବର୍ଷାରେ ଉବଟୁବୁ ମାୟାନଗରୀ ମୁମ୍ବାଇ। ଗତକାଲି ମୁମ୍ବାଇ ଓ ଆଖପାଖ ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିବା ପରେ ପ୍ରଥମ ଦିନ ମୂଷଳ ଧାରାରେ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍ ସହିତ ଟ୍ରେନ୍ ଚଳାଚଳରେ ବ୍ୟାଘାତ ସୃଷ୍ଟି ହୋଇଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)