Advertisment

Strict Curfew Enforced: ସକାଳୁ ସକାଳୁ କଟକରେ..କର୍ଫ୍ୟୁ କଡ଼ାକଡ଼ି ଭାବେ ଲାଗୁ, ବିଭିନ୍ନ ସ୍ଥାନରେ ପଇଁତରା ମାରୁଛି ପୋଲିସ

ସକାଳୁ ସକାଳୁ କଟକର ବିଭିନ୍ନ ସ୍ଥାନରେ କର୍ଫ୍ୟୁକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। ବିଭିନ୍ନ ସ୍ଥାନରେ ପୋଲିସ୍ ପଇଁତରା ମାରୁଛି। କଟକରେ ଆଜି ସନ୍ଧ୍ୟା ୭ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ।

ctc

ctc Photograph: (OTV)

Advertisment

ସକାଳୁ ସକାଳୁ କଟକର ବିଭିନ୍ନ ସ୍ଥାନରେ କର୍ଫ୍ୟୁକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। ବିଭିନ୍ନ ସ୍ଥାନରେ ପୋଲିସ୍ ପଇଁତରା ମାରୁଛି। କଟକରେ ଆଜି ସନ୍ଧ୍ୟା ୭ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ। ଭସାଣ ବେଳେ ଗଣ୍ଡଗୋଳରୁ ଲାଗିରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ୍ ବାତିଲ୍ କରାଯାଇଥିବା ନେଇ ସୂଚନା ଦେଇଛି ଗୃହ ବିଭାଗ । CMC, CDA ଓ ବୟାଳିଶି ମୌଜା ଅଞ୍ଚଳ ପାଇଁ କଟକଣା ଲାଗୁ କରାଯାଇଛି ।

Advertisment

ସୋସିଆଲ୍ ମିଡିଆ ଉପରେ ଲାଗିଛି କଟକଣା । ହ୍ବାଟସ ଆପ୍, ଫେସବୁକ୍ , ଇନଷ୍ଟାଗ୍ରାମ୍, ସ୍ନାପଟାପ୍, ଏକ୍ସ ସମେତ ସମସ୍ତ ସୋସିଆଲ୍ ମିଡିଆ ସାଇଟ୍ ବ୍ୟାନ୍ ହୋଇଛି । ଇଣ୍ଟରନେଟ୍ ସର୍ଭିସ୍ ପ୍ରୋଭାଇଡର ଓ ବ୍ରଡବ୍ୟାଣ୍ଡ ଉପରେ ବି କଟକଣା ଲାଗିଛି । ଜିଲ୍ଲାପାଳ କହିଛନ୍ତି, ସହରରେ ସ୍ଥିତି ସ୍ବାଭାବିକ ହେଉଛି । ସ୍ଥିତିକୁ ଦେଖି ଇଣ୍ଟରନେଟ ବନ୍ଦ ପାଇଁ କହିଥିଲୁ, ତାହା ଲାଗୁ ହୋଇଛି । ଯେଉଁମାନେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । 

ଗତକାଲି ରାତି ୧୦ଟାରୁ ୩୬ ଘଣ୍ଟା ପାଇଁ ୧୩ଟି ଥାନା ଅଞ୍ଚଳରେ ଜାରି ହୋଇଛି କର୍ଫ୍ୟୁ । ଏନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ, ଦେବଦତ୍ତ ସିଂ । କର୍ଫ୍ୟୁ ଲାଗିଥିବା ଅଞ୍ଚଳ ଗୁଡ଼ିକ ହେଲା ଦରଘା ବଜାର ଥାନା, ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀ ଘାଟ ଥାନା, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ୍-୨, ସଦର ଥାନା, ମାଲଗୋଦାମ, ବାଦାମବାଡ଼ି, ସଦର, ଜଗତପୁର ଓ ବୟାଳିଶି ମୌଜା ଅଞ୍ଚଳ ।

Advertisment

ଉପଦ୍ରବକାରୀଙ୍କୁ ବରଦାସ୍ତ କରାଯିବନି ବୋଲି ଚେତାଇ ଦେଇଛନ୍ତି କମିଶନର । ବିଶୃଙ୍ଖଳାକାରୀଙ୍କ ବିରୋଧରେ କଠୋର ପଦକ୍ଷେପ ନିଆଯିବ । ମେଡିକାଲ୍ ଓ ଅତ୍ୟାବଶ୍ୟକ ସେବା କର୍ଫ୍ୟୁରୁ ବାଦ୍ ଦିଆଯାଇଛି । ସ୍ଥିତି ଦେଖି କର୍ଫ୍ୟୁ କୋହଳ କିମ୍ବା ବୃଦ୍ଧି ହେବ । ଅନ୍ୟପଟେ ଗଣ୍ଡଗୋଳ ଘଟଣାରେ କାହାର ମୃତ୍ୟୁ ହୋଇନଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର । ଗୁଜବଠୁ ଦୂରେଇ ରହି ପୋଲିସର ତଥ୍ୟ ଉପରେ ବିଶ୍ବାସ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ