/odishatv-khabar/media/media_files/2026/01/18/subhadra-2026-01-18-17-28-26.jpg)
Subhadra Photograph: (OTV)
ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା | ନୂଆ ହିତାଧିକାରୀଙ୍କୁ ଏହି ଟଙ୍କା ଦିଆଯିବ। ସୋସିଆଲ ମିଡିଆ 'X'ରେ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୂର୍ବରୁ ସୁଭଦ୍ରା ଟଙ୍କା ୧୮ ସୁଦ୍ଧା ଦେବାକୁ ଘୋଷଣା ହୋଇଥିଲା।
Advertisment
ଏତିକି ଲୋକ ପାଇବେ ପ୍ରଥମ କିସ୍ତି
୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଯିବା ନେଇ ଘୋଷଣା କରିଥିଲେ ଉପମୁଖ୍ୟମନ୍ତ୍ରୀ | ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି | ପ୍ରଥମ ଓ ଦ୍ବିତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ମଧ୍ୟ ସାମିଲ କରାଯାଇଛି |
ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି। ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ବୋଲି ପୂର୍ବରୁ କହିଥିଲେ ଉପମୁଖ୍ୟମନ୍ତ୍ରୀ । ଏବେ କେବଳ ଟଙ୍କା ମିଳିବା ତାରିଖ ୪ ଦିନ ଘୁଞ୍ଚିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)