Advertisment

ନବୀନ ପଟ୍ଟନାୟକଙ୍କ ନାଁରେ କୋଇଲା ଖଣି ଆବଣ୍ଟନ ମାମଲା: ତଦନ୍ତ ସାରିବାକୁ ସୁପ୍ରିମକୋର୍ଟରେ ଆବେଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଥିବା କୋଇଲା ଖଣି ଆବଣ୍ଟନ ମାମଲାର ଶୁଣାଣି ତୁରନ୍ତ ଶେଷ କରିବାକୁ ସୁପ୍ରିମକୋର୍ଟରେ ଆବେଦନ ହୋଇଛି। ମାମଲାର ତଦନ୍ତ କରୁଥିବା ସିବିଆଇକୁ ତଦନ୍ତ ସାରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ଆବେଦନ ହୋଇଛି। ୨୬ ମାର୍ଚ୍ଚ  ୨୦୧୪ରେ ଏହି ମାମଲା ପଞ୍ଜିକୃତ ହୋଇଥିଲା। M/S ସେଣ୍ଟ୍ରାଲ କୋଲିଆରିଜ୍ କୋ. ଲିମିଟେଡକୁ ୧୯୯୮ରେ କୋଲ ବ୍ଲକ୍ ଆବଣ୍ଟନ କରାଯାଇଥିଲା। ପଞ୍ଜିକୃତ ହେବା ଆଗରୁ କମ୍ପାନୀକୁ ମହାରାଷ୍ଟ୍ରର ତକ୍‌ଲି-ଜେନା-ବେଲୋରା କୋଲ ଫିଲ୍ଡ ପ୍ରଦାନ କରାଯାଇଥିଲା। […]

author-image
Jyotsnamayee Pradhan
ନବୀନ ପଟ୍ଟନାୟକଙ୍କ ନାଁରେ କୋଇଲା ଖଣି ଆବଣ୍ଟନ ମାମଲା: ତଦନ୍ତ ସାରିବାକୁ ସୁପ୍ରିମକୋର୍ଟରେ ଆବେଦନ

supreme-court

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଥିବା କୋଇଲା ଖଣି ଆବଣ୍ଟନ ମାମଲାର ଶୁଣାଣି ତୁରନ୍ତ ଶେଷ କରିବାକୁ ସୁପ୍ରିମକୋର୍ଟରେ ଆବେଦନ ହୋଇଛି। ମାମଲାର ତଦନ୍ତ କରୁଥିବା ସିବିଆଇକୁ ତଦନ୍ତ ସାରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ଆବେଦନ ହୋଇଛି।

Advertisment

୨୬ ମାର୍ଚ୍ଚ  ୨୦୧୪ରେ ଏହି ମାମଲା ପଞ୍ଜିକୃତ ହୋଇଥିଲା।

M/S ସେଣ୍ଟ୍ରାଲ କୋଲିଆରିଜ୍ କୋ. ଲିମିଟେଡକୁ ୧୯୯୮ରେ କୋଲ ବ୍ଲକ୍ ଆବଣ୍ଟନ କରାଯାଇଥିଲା। ପଞ୍ଜିକୃତ ହେବା ଆଗରୁ କମ୍ପାନୀକୁ ମହାରାଷ୍ଟ୍ରର ତକ୍‌ଲି-ଜେନା-ବେଲୋରା କୋଲ ଫିଲ୍ଡ ପ୍ରଦାନ କରାଯାଇଥିଲା। ସେତେବେଳେ ନବୀନ ପଟ୍ଟନାୟକ କେନ୍ଦ୍ର ଖଣିମନ୍ତ୍ରୀ ଥିଲେ। ନବୀନଙ୍କ ଭୂମିକା ସନ୍ଦେହଜନକ ଥିବା ପିଟିସନରେ ଦର୍ଶାଇଛନ୍ତି ଆବେଦନକାରୀ। ସମ୍ବାଦ ସରବରାହ ସଂସ୍ଥା ANI ପକ୍ଷରୁ ଏହି ସୂଚନା ମିଳିଛି।

Advertisment
Advertisment