• Astrospeak
  • Live TV
  • Read In English

ଆଜି ୧୦ଟି ସହରର ତାପମାତ୍ରା ୪୦ ଡ଼ିଗ୍ରୀରୁ ଅଧିକ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ୧୦ଟି ସହରର ପାରଦ ୪୦ ଡ଼ିଗ୍ରୀରୁ ଅଧିକ ରହିଛି।  ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅସହ୍ୟ ଗରମରେ ରାଜ୍ୟବାସୀ ଛଟପଟ ହେଉଥିବା ବେଳେ ବିଳମ୍ବିତ ହେଉଛି ମୌସୁମୀ। ଆସନ୍ତା ୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ […]

temperature
temperature

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ୧୦ଟି ସହରର ପାରଦ ୪୦ ଡ଼ିଗ୍ରୀରୁ ଅଧିକ ରହିଛି।  ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅସହ୍ୟ ଗରମରେ ରାଜ୍ୟବାସୀ ଛଟପଟ ହେଉଥିବା ବେଳେ ବିଳମ୍ବିତ ହେଉଛି ମୌସୁମୀ। ଆସନ୍ତା ୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେରଳ ଛୁଇଁବାର ଏକ ସପ୍ତାହ କିମ୍ବା ତାଠାରୁ କମ୍‌ ସମୟ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁପାରେ।

ତେବେ ମୌସୁମୀ କେତେ ସକ୍ରିୟ ଅଛି ତାହା ଉପରେ ଏହା ନିର୍ଭର କରୁଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥର ରାଜ୍ୟରେ ସ୍ୱାଭାବିକ ମୌସୁମୀ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।