/odishatv-khabar/media/post_attachments/uploadimage/library/16_9/16_9_0/vlcsnap-error599_1625492540.jpg)
vlcsnap-error599
ପୁରୀ: ମରାମତି ହେବ ମହାପ୍ରଭୁଙ୍କ ସୁବର୍ଣ୍ଣ କୁଣ୍ଡଳ ଓ ଶ୍ରୀଭୁଜ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ସୁବର୍ଣ୍ଣ ଶ୍ରୀଭୁଜ ମରାମତି କରାଯିବ । ଶ୍ରୀଜଗନ୍ନାଥଙ୍କ ଦୁଇଟି ଓ ଶ୍ରୀ ବଳଭଦ୍ରଙ୍କର ଦୁଇଟି ଶ୍ରୀଭୂଜ ମରାମତି କରାଯିବ । ଶ୍ରୀଭୂଜର ଖଡୁ ବା ବଳା ଓ ପାପୁଲି, ଆଙ୍ଗୁଠିର ମରାମତି କରାଯିବ । ସୁନା ଦ୍ୱାରା ଏହାର ମହାମତି କରାଯିବ । ମରାମତି ପରେ ମହାପ୍ରଭୁ ସୁନାବେଶ ବା ରାଜାଧିରାଜ ବେଶରେ ବିଭୂଷିତ ହେବେ ।
ଏଥିପାଇଁ ୧୨୦୦ ଗ୍ରାମର ସୁନାର ଆବଶ୍ୟକତା ରହିଛି । SBIରେ ଥିବା ସୁନାକୁ ଅଣାଯାଇ ବିଧି ମୁତାବକ ବିଶୁଦ୍ଧ କରାଯାଇ ମରାମତି କାର୍ଯ୍ୟରେ ଲଗାଯିବା ଉପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗୁରୁତ୍ୱ ଦେଇଛନ୍ତି । ଏଥିପାଇଁ ଏକ ବେସରକାରୀ ଅନୁଷ୍ଠାନକୁ ଦାୟିତ୍ୱ ଦିଆଯାଇଛି । ୪ ଜଣ ଅଭିଜ୍ଞ କାରିଗରଙ୍କ ଦ୍ୱାରା ଏହି ମରାମତି କରାଯିବ । ଦ୍ୱାଦଶୀ ତିଥିରୁ ମରାମତି କାର୍ଯ୍ୟ ନାଭିକଟା ମଣ୍ଡପରେ କଡା ସୁରକ୍ଷା ମଧ୍ୟରେ କରିବାକୁ ସ୍ଥିର ହୋଇଛି ।
। ରଥଯାତ୍ରା ପୂର୍ବରୁ ଏହି କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ରହିଛି । ଅନୁମାନ କରାଯାଉଛି କି ସୁନା ବେଶରେ ବ୍ୟବହୃତ ହେବାକୁ ଥିବା କିଛି ସୁନା ଅଳଙ୍କାର ବି ମରାମତି ହୋଇପାରେ । ଆଗକୁ ରଥଯାତ୍ରା ଓ ପରେ ମହାପ୍ରଭୁଙ୍କ ସୁନା ବେଶ ହେବ । ରାଜରାଜେଶ୍ୱର ବେଶ ପୂର୍ବରୁ ଏହି ମରାମତି କାମ ସରିବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)