Advertisment

ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଉପଲକ୍ଷେ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବର୍ଷ ସାରା ଓଡ଼ିଶାବାସୀ ଖୁସିରେ ରୁହନ୍ତୁ ଓ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ଏନେଇ ମୋଦି ଟ୍ୱିଟ୍‌ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ ବୋଲି ସେ କହିଛନ୍ତି। କରୋନା […]

ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

bisuba sankranti

Advertisment

ଭୁବନେଶ୍ୱର: ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଉପଲକ୍ଷେ ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବର୍ଷ ସାରା ଓଡ଼ିଶାବାସୀ ଖୁସିରେ ରୁହନ୍ତୁ ଓ ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ଏନେଇ ମୋଦି ଟ୍ୱିଟ୍‌ କରିଛନ୍ତି।

Advertisment

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ ବୋଲି ସେ କହିଛନ୍ତି। କରୋନା ମୁକାବିଲାରେ ରାଜ୍ୟବାସୀଙ୍କୁ ମହାପ୍ରଭୁ ଜଗନ୍ନାଥ ଶକ୍ତି ଦିଅନ୍ତୁ ବୋଲି ନବୀନ କାମନା କରିଛନ୍ତି।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଶାବାସୀଙ୍କୁ ଟ୍ୱିଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆବର୍ଷ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ବୈଶାଖୀ, ପଇଲାବୈଶାଖ, ବିହୁ, ବିଷୁ ଓ ପୁଥାନ୍ଦୁର ଶୁଭେଚ୍ଛା ଜଣାଇବା ସହ ସମସ୍ତେ ଘରେ ରହି ସୁସ୍ଥ ରୁହନ୍ତୁ ବୋଲି ବୈଜୟନ୍ତ କାମନା କରିଛନ୍ତି। ପୋଲିସ ଡିଜି ଅଭୟ ମଧ୍ୟ ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ