Advertisment

ଲକ୍‌ଡାଉନ୍‌ରେ ଏହିସବୁ ଦୋକାନ ଖୋଲା ରହିବ

ଭୁବନେଶ୍ୱର: ରାଜ୍ୟରେ ଆଉ ୨ ସପ୍ତାହ ଯାଏ ଲକ୍‌ଡାଉନ୍‌ ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ୧୯ ତାରିଖ ଯାଏ ଲକ୍‌ଡାଉନ୍‌ ଥିଲା। ଏବେ ଲକ୍‌ଡାଉନ୍‌ ଅବଧିକୁ ଜୁନ୍ ୧ ଯାଏ ରାଜ୍ୟ ସରକାର ବଢ଼ାଇଛନ୍ତି। ଜୁନ୍ ୧ ତାରିଖ ସକାଳ…

ଲକ୍‌ଡାଉନ୍‌ରେ ଏହିସବୁ ଦୋକାନ ଖୋଲା ରହିବ

vegetable shop

Advertisment

ଭୁବନେଶ୍ୱର: ରାଜ୍ୟରେ ଆଉ ୨ ସପ୍ତାହ ଯାଏ ଲକ୍‌ଡାଉନ୍‌ ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ୧୯ ତାରିଖ ଯାଏ ଲକ୍‌ଡାଉନ୍‌ ଥିଲା। ଏବେ ଲକ୍‌ଡାଉନ୍‌ ଅବଧିକୁ ଜୁନ୍ ୧ ଯାଏ ରାଜ୍ୟ ସରକାର ବଢ଼ାଇଛନ୍ତି। ଜୁନ୍ ୧ ତାରିଖ ସକାଳ ୫ଟା ଯାଏ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି। ଏହାସହ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ସମୟ ସକାଳ ୭ଟାରୁ ୧୧ଟା ଯାଏ ରହିଛି। ଏଣିକି ଦୈନିକ ୬ ଘଣ୍ଟା ବଦଳରେ ୪ ଘଣ୍ଟାକୁ କମାଇ ଦିଆଯାଇଛି।

Advertisment

ଲକ୍‌ଡାଉନ୍‌ ସମୟରେ ଏହିସବୁ ଦୋକାନ ଖୋଲା ରହିବ….

  • ଲକ୍‌ଡାଉନ୍‌ରେ ଦୈନିକ ୪ ଘଣ୍ଟା ଖୋଲିବ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ
  • ପରିବା, ଗ୍ରୋସରୀ, ଛାତ୍ରଛାତ୍ରୀଙ୍କ ପଢ଼ା ବହି ଦୋକାନ ଖୋଲା ରହିବ
  • ଇଲେକ୍ଟ୍ରିକ୍‌, ଇଲେକ୍ଟ୍ରୋନିକ୍ସ ମରାମତି ଦୋକାନ ଖୋଲା ରହିବ
  • ଏସି, କୁଲର, ୱାଟର ପ୍ୟୁରିଫାୟର ମରାମତି ଦୋକାନ ଖୋଲା ରହିବ
  • କମ୍ପ୍ୟୁଟର, ମୋବାଇଲ ମରାମତି ଦୋକାନ ମଧ୍ୟ ଖୋଲା ରହିବ
  • ସିମେଣ୍ଟ, ରଡ୍, ଚିପ୍ସ ଆଦି ନିର୍ମାଣ ସାମଗ୍ରୀ ଦୋକାନ ଖୋଲା ରହିବ
  • କେବଳ କ୍ଷୀର ବିକିବାକୁ ଓମ୍‌ଫେଡ୍‌ ଦୋକାନ ଖୋଲା ରହିବ। ଓମ୍‌ଫେଡ୍‌ ଦୋକାନରେ ଚା’, କଫି ଆଦି ବିକ୍ରି କରାଯିବା ମନା।
  • ଗ୍ୟାରେଜ ଓ ଗାଡ଼ି ମରାମତି ଦୋକାନ ଖୋଲିବାକୁ ଅନୁମତି
  • ସକାଳ ୫ଟାରୁ ୮ଟା ପଯର୍ୟନ୍ତ ଖବର କାଗଜ ବିତରଣ ଅନୁମତି

ଓଡ଼ିଶାରେ ଆଜି ବି ୧୦ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଆଜି ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧,୫୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ ସୁନ୍ଦରଗଡ଼ରୁ ୮୧୯ ଓ କଟକରୁ ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ