Advertisment

ସନ୍ଧ୍ୟା ସୁଦ୍ଧା ବାତ୍ୟା ସହାୟତା ରାଶି ଘୋଷଣା କରିବ କେନ୍ଦ୍ର: ପ୍ରତାପ

ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା ବୈଠକ ପରେ ଏରିଏଲ ସର୍ଭେରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ବୈଠକକୁ ନେଇ ବଡ଼ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

author-image
Sarbeswar
ଅଦ୍ୟତନ ହୋଇଛି
ସନ୍ଧ୍ୟା ସୁଦ୍ଧା ବାତ୍ୟା ସହାୟତା ରାଶି ଘୋଷଣା କରିବ କେନ୍ଦ୍ର: ପ୍ରତାପ

pratap sarangi

  • ପ୍ରଧାନମନ୍ତ୍ରୀଙ୍କ ବୈଠକ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା
  • ପ୍ରଧାନମନ୍ତ୍ରୀ ସମୀକ୍ଷା ପରେ ଏବେ ଏରିଏଲ ସର୍ଭେ କରୁଛନ୍ତି
  • ଅଞ୍ଚଳ ବୁଲି ଦେଖିବା ପରେ ସଂଧ୍ୟା ସୁଦ୍ଧା ସହାୟତା ଘୋଷଣା କରିବେ
  • ଓଡ଼ିଶା ସହ ପୂରା କେନ୍ଦ୍ର ସରକାର ଅଛନ୍ତି ବୋଲି କହିଲେ ପ୍ରଧାନମନ୍ତ୍ରୀ
  • ରାଜ୍ୟ ସରକାର ବିପର୍ଯ୍ୟର ସ୍ଥାୟୀ ସମାଧାନ ଦାବି କରିଥିଲେ
  • ସ୍ଥାୟୀ ଭିତ୍ତିଭୂମି ନିର୍ମାଣ ଦାବି କରିଥିଲେ ରାଜ୍ୟ ସରକାର- ପ୍ରତାପ
Advertisment

ଭୁବନେଶ୍ୱର: ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା ବୈଠକ ପରେ ଏରିଏଲ ସର୍ଭେରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ବୈଠକକୁ ନେଇ ବଡ଼ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ସେ କହିଛନ୍ତି, ବାତ୍ୟା କ୍ଷତିଗ୍ରସ୍ତ ଏରିଆ ବୁଲି ଦେଖିବା ପରେ ସନ୍ଧ୍ୟା ସୁଦ୍ଧା ଓଡ଼ିଶାକୁ ବାତ୍ୟା ସହାୟତା କେନ୍ଦ୍ର ସରକାର ଘୋଷଣା କରିବେ। ଓଡ଼ିଶା ସହ ପୂରା କେନ୍ଦ୍ର ସରକାର ଅଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ରାଜ୍ୟ ସରକାର ବିପର୍ଯ୍ୟର ସ୍ଥାୟୀ ସମାଧାନ ଦାବି କରିଥିଲେ। ସ୍ଥାୟୀ ଭିତ୍ତିଭୂମି ନିର୍ମାଣ ଦାବି କରିଥିଲେ ରାଜ୍ୟ ସରକାର ବୋଲି କହିଲେ ପ୍ରତାପ।

ତେବେ ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ମୁଖ୍ୟ ଶାସନ ସଚିବ, SRC ଓ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ। ତେବେ ଏହି ବୈଠକରେ, ଦୀର୍ଘସୂତ୍ରୀ ସମାଧାନ ଚାହିଁଲା ଓଡ଼ିଶା। ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ ମୁଖ୍ୟମନ୍ତ୍ରୀ। ବିଶେଷକରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦ୍ୟୁତ୍‌ ବ୍ୟବସ୍ଥା ଦାବି କରିବା ସହ ଉନ୍ନତ ଟେକ୍ନୋଲୋଜି, ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କଲା ଓଡ଼ିଶା। ଉନ୍ନତ ଟେକ୍ନୋଲୋଜି, ଅଣ୍ଡର ଗ୍ରାଉଣ୍ଡ କେବୁଲିଂ ବ୍ୟବସ୍ଥା ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ  ବର୍ତ୍ତମାନର ବାତ୍ୟା ନେଇ ଆମେ କିଛି ଦାବି କରିନୁ ବୋଲି SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଯାହା ଏବେ ଦରକାର ଆମେ ତାକୁ ମ୍ୟାନେଜ କରିନେବୁ ଏବଂ ଆଗାମୀ ୭ ଦିନ ମଧ୍ୟରେ କ୍ଷୟକ୍ଷତି ରିପୋର୍ଟ ଦେବୁ ବୋଲି ଏସଆରସି ସୂଚନା ଦେଇଛନ୍ତି।

Advertisment

ଏପଟେ, ବାତ୍ୟା ‘ୟାସ୍’ ଜନିତ ବର୍ଷା ପାଇଁ ଉଛୁଳୁଛି ସୁବର୍ଣ୍ଣରେଖା ନଦୀ। ବାଲେଶ୍ୱର ଜିଲ୍ଲା ଜାମଶୋଳାଘାଟ ଠାରେ ସୁବର୍ଣ୍ଣରେଖା ନଦୀ ବିପଦ ସଙ୍କେତ ଟପିଛି। ଜାମଶୋଳାଘାଟରେ ବିପଦ ସଙ୍କେତ ୪୯.୧୬ ମିଟର ଥିବା ବେଳେ ଏବେ ୫୦.୮୮ ମିଟର ଦେଇ ଜଳ ପ୍ରବାହିତ ହେଉଛି। ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା SRC କହିଛନ୍ତି।

Cyclone Yass
Advertisment
Advertisment