rain
ଭୁବନେଶ୍ୱର: ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ବିହାର ଓ ଛତିଶଗଡ଼ ଉପରେ ସୃଷ୍ଟ ଟ୍ରପଲାଇନ ଯୋଗୁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ବାଲେଶ୍ୱର, ଢେଙ୍କାନାଳ ଓ କଟକ। ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ଆଶଙ୍କା ରହିଛି।
ସେହିଭଳି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା ଦେଇଛି। କଳାହାଣ୍ଡି, ବରଗଡ଼, ସୁବର୍ଣ୍ଣପୁର, ଦେବଗଡ଼, ମୟୂରଭଞ୍ଜ ଓ ବଲାଙ୍ଗିର ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain-1_1627291967.jpg)