Advertisment

୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଗତ ସନ୍ଧ୍ୟାରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଧୂଳିଝଡ଼ ହୋଇଛି। ତେବେ ଆଜି ମଧ୍ୟ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ। ଏହି ଜିଲ୍ଲା ଗୁଡ଼ିକ ହେଉଛି-ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର। ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସକାଳ […]

author-image
Jyotsnamayee Pradhan
୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

lightning

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଗତ ସନ୍ଧ୍ୟାରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଧୂଳିଝଡ଼ ହୋଇଛି। ତେବେ ଆଜି ମଧ୍ୟ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ। ଏହି ଜିଲ୍ଲା ଗୁଡ଼ିକ ହେଉଛି-ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର।

Advertisment

ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସକାଳ ୧୦ଟାରୁ ଅପରାହ୍ଣ ୨ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

Advertisment
Advertisment