lightning
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଗତ ସନ୍ଧ୍ୟାରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଧୂଳିଝଡ଼ ହୋଇଛି। ତେବେ ଆଜି ମଧ୍ୟ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ। ଏହି ଜିଲ୍ଲା ଗୁଡ଼ିକ ହେଉଛି-ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଯାଜପୁର।
ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସକାଳ ୧୦ଟାରୁ ଅପରାହ୍ଣ ୨ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/lightning-123_1626758327.jpg)