Advertisment

ଆସନ୍ତା ୨୪ ଘଣ୍ଟାରେ ଓଡିଶାର ୧୨ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା

୨୪ ଘଣ୍ଟାରେ ୧୨ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ଏପ୍ରିଲ ୧୬ରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ୧୨ ଟି ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ […]

ଆସନ୍ତା ୨୪ ଘଣ୍ଟାରେ ଓଡିଶାର ୧୨  ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା

Cloudy

Advertisment
  • ୨୪ ଘଣ୍ଟାରେ ୧୨ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ଆଶଙ୍କା
  • ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା
  • ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି
  • ଏପ୍ରିଲ ୧୬ରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ
Advertisment

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ୧୨ ଟି ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବରଗଡ, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜ। ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହାସହ ଏହି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

ଗତକାଲି ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଚାନ୍ଦବାଲିରେ ସର୍ବାଧିକ ୧୦.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ସେହିପରି ଗତକାଲି ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିଲା।

Advertisment

ଆସନ୍ତା ୫ ଦିନ ପାଇଁ ରାଜ୍ୟରେ କେମିତି ରହିବ ପାଣିପାଗ ସେନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ ଗତକାଲି ସୂଚନା ଦେଇ କହିଥିଲେ, ଆସନ୍ତା ୫ ଦିନରୁ ପ୍ରଥମ ୨ ଦିନ ଝଡ଼ତୋଫାନ ହୋଇପାରେ। ଏହାପରେ ବାକି ୩ ଦିନ ମଧ୍ୟ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଏପ୍ରିଲ ୧୫ରେ ଆଭନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଝଡ଼ତୋଫାନ ହୋଇପାରେ। କୋରାପୁଟ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଝଡ଼ତୋଫାନ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅର୍ଥାତ୍‌ ଏପ୍ରିଲ ୧୬ରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ। ଏପ୍ରିଲ ୧୭ ଓ ୧୮ରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ତୋଫାନ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ, ତିନି ଦିନ ମଧ୍ୟରେ ତାପମାତ୍ରାର ସେପରି ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ।

Weather Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ