Advertisment

ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।…

ଅଦ୍ୟତନ ହୋଇଛି
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

rainfall

Advertisment

ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ

ସୂଚନାଥାଉ କି, ଜୁନ୍‌ ୧୪ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୧୦ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା

Advertisment

ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।

Weather Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ