nirbachan
ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ହେଉଛି ନାମାଙ୍କନପତ୍ର ଦାଖଲର ଶେଷ ଦିନ। ଆସନ୍ତାକାଲିଠାରୁ ପ୍ରଥମ ପର୍ଯ୍ୟାୟ ପାଇଁ ଦାଖଲ ହୋଇଥିବା ନାମାଙ୍କନପତ୍ରର ଯାଞ୍ଚ ହେବ। ୨୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏପ୍ରିଲ ୧୧ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ।
ଗତ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ସହ ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିଲା। ଏହି ପର୍ଯ୍ୟାୟରେ ୨୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୧ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେବ। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ମଧ୍ୟ ଭୋଟ ଗ୍ରହଣ କରାଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/nirbachan_1626339430.jpg)