/odishatv-khabar/media/post_attachments/uploadimage/library/16_9/16_9_0/batya-bhaya_1626257065.jpg)
cyclone
ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ଲୋକଙ୍କୁ ସ୍ଥାନାନ୍ତରିତ,ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ପୁନରୁଦ୍ଧାର ପାଇଁ ବଡ଼ ବଡ଼ ଏନଜିଓ ମାନଙ୍କ ସହଯୋଗ ଲୋଡ଼ା ଯାଇଛି। ଅକ୍ସିଜେନ ଉତ୍ପାଦନ ଓ ରିଫିଲିଂ ପାଇଁ ଯେପରି କୌଣସି ଅସୁବିଧା ନ ହେବ ସେଥିପାଇଁ ଅକ୍ସିଜେନ ଯୋଗାଉଥିବା ବିଭିନ୍ନ ସଂସ୍ଥା ମାନଙ୍କ ସହ ଆଲୋଚନା କରାଯାଇଛି। ସେଥିପାଇଁ ଶିଳ୍ପ ବିଭାଗ ସ୍ୱତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି। ଜିଲ୍ଲା କୋଭିଡ କେୟାର ସେଣ୍ଟର ଓ ଜିଲ୍ଲା କୋଭିଡ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ମହଜୁଦ ରଖିବା ପାଇଁ ନିର୍ଦେଶ ଦିଆଯାଇଥିବା ଏସ୍ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି।
ବାତ୍ୟା ୟାସ୍ ର ସମସ୍ତ ଲାଇଭ ଉପଡେଟ୍ ପଢନ୍ତୁ
ଜିଲ୍ଲା ସଦର ମହକୁମା ହସ୍ପିଟାଲରେ ମଧ୍ୟ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରସୂତି ମହିଳାମାନେ ବାତ୍ୟା ଆଶ୍ରୟସ୍ଥଳକୁ ନଯାଇ ସିଧା ହସ୍ପିଟାଲ ଆସିବାକୁ କୁହାଯାଇଛି। ପ୍ରସ୍ତୁତ ଥିବା ୧୭ଟି ଏନଡ଼ିଆରଫ,୨୦ଟି ଓଡ୍ରାଫ, ୧୫୦ଟି ଫାୟାର ଟିମକୁ ଆଜି ବିଭିନ୍ନ ଜିଲ୍ଲାକୁ ପଠାଯିବ। ବାତ୍ୟା ପରେ ଗଛ କାଟିବା ଲାଗି ବନ ବିଭାଗକୁ ମଧ୍ୟ ପ୍ରସ୍ତୁତ ରହିବା ପାଇଁ କୁହାଯାଇଥିବା SRC ସୂଚନା ଦେଇଛନ୍ତି। ସେପଟେ ଭାରତୀୟ ନୌସେନା ପୂର୍ବ ନୌକମାଣ୍ଡ, ଓଡ଼ିଶା ଓ ପଶ୍ଚିମବଙ୍ଗ ଭାରପ୍ରାପ୍ତ ନୌସେନା ଅଧିକାରୀ ବାତ୍ୟା ମୁକାବିଲା ପାଇଁ କାର୍ଯ୍ୟପନ୍ଥା ସ୍ଥିର କରିଛନ୍ତି। ୮ଟି ବନ୍ୟା ରିଲିଫ୍ ଓ ୪ଟି ଡ୍ରାଇଭିଂ ଟିମ୍ ଓଡ଼ିଶା ଓ ପଶ୍ଚିମବଙ୍ଗରେ ସହାୟତା ପାଇଁ ସଜାଗ ଅଛନ୍ତି। ଆଇଏନ୍ଏସ୍ ଡେଗା ଓ ଆଇଏନ୍ଏସ୍ ରଜାଲି ମଧ୍ୟ ତୟାର ରହିଛନ୍ତି।
ସେପଟେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆଜି ଅବପାତର ରୂପ ନେବ। ଏହାପରେ କେଉଁ ଦିଗରେ ମୁହାଁଇ ସ୍ଥଳ ଭାଗକୁ ଆସିବ ସେନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ସ୍ପଷ୍ଟ ସୂଚନା ଦିଆଯାଇପାରେ। ଅବପାତର ରୂପ ନେବା ପରେ ହିଁ ଏହାର ଗତି ସମ୍ପର୍କରେ କିଛିଟା ସୂଚନା ମିଳିପାରେ। ଆଇଏମଡ଼ି ଆକଳନ ଅନୁସାରେ, ୨୪ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବ। ୨୬ ତାରିଖ ସଂଧ୍ୟାରେ ଅତି ଭୀଷଣ ବାତ୍ୟା ଭାବେ ଉପକୂଳ ଅତିକ୍ରମ କରିବ। ତେବେ ବାତ୍ୟା ୟାସ୍ ଉପକୂଳ ଛୁଇଁବା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୧୨୦ରୁ ୧୬୫ କିଲୋମିଟର ରହିବ।
ସ୍ଥଳ ବିଶେଷରେ ମଝିରେ ମଝିରେ ୧୮୫ କି.ମି ମଧ୍ୟ ଛୁଇଁପାରେ। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ- ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଇଏମଡ଼ି। ଏହାର ପ୍ରଭାବରେ ୨୫ ତାରିଖ ଅପରାହ୍ନରୁ ଉତ୍ତର ଓଡ଼ିଶା ସହିତ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ ବୋଲି ସୂଚନା ମିଳିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)