/odishatv-khabar/media/post_attachments/uploadimage/library/16_9/16_9_0/rain-123_1626757182.jpg)
rain
ଭୁବନେଶ୍ୱର: ଆଜି ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି।
Advertisment
କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ଓ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଏବଂ ୭ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ।
Advertisment
ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ମତ୍ସ୍ୟଜୀବୀଙ୍କୁ ସତର୍କ ରହିବା ସହ ସମୁଦ୍ରକୁ ନଯିବାକୁ କୁହାଯାଇଛି। ତେବେ ୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)