Advertisment

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଦିନ ୧୧ଟା ୩୦ରେ ଫଳାଫଳ ପ୍ରକାଶ ପାଇବ। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ପ୍ରକାଶ ପାଇବ ରେଜଲ୍ଟ। ସେହିଭଳି ଶେଷ ସପ୍ତାହରେ କଳା ଏବଂ ଧନ୍ଦା ମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇବ। ଏହା ପୂର୍ବରୁ ଅଗଷ୍ଟ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ […]

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ

rssult

Advertisment

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଦିନ ୧୧ଟା ୩୦ରେ ଫଳାଫଳ ପ୍ରକାଶ ପାଇବ। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ ପ୍ରକାଶ ପାଇବ ରେଜଲ୍ଟ। ସେହିଭଳି ଶେଷ ସପ୍ତାହରେ କଳା ଏବଂ ଧନ୍ଦା ମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ ପାଇବ।

Advertisment

ଏହା ପୂର୍ବରୁ ଅଗଷ୍ଟ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇଥିଲା। ଚଳିତ ବର୍ଷ ୭୦.୨୧% ଛାତ୍ରଛାତ୍ରୀ ପାସ୍ କରିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଚଳିତ ବର୍ଷ ବିଜ୍ଞାନରେ ୯୭, ୩୭୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୬୮, ୩୭୪ ଜଣ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି ବୋଲି ମନ୍ତ୍ରୀ କହିଥିଲେ। ସେହିଭଲି ୧୫ଟି ସ୍କୁଲ୍‌ରେ ରେଡଲ୍ଟ ଜିରୋ ହୋଇଥିବାରୁ ସେମାନଙ୍କ ପାଖକୁ କାରଣ ଦର୍ଶାଅ ନୋଟିସ୍ ମଧ୍ୟ ପଠାଯାଇଥିଲା।

ଯୁକ୍ତ ଦୁଇ ବିଜ୍ଞାନରେ ଜୁପିଟର ସାଇନ୍ସ କଲେଜର ଛାତ୍ର ସୁଦୀପ ସୁଦର୍ଶନ ରଣା +୨ ବିଜ୍ଞାନ ଟପ୍ପର ହୋଇଥିଲେ। ସେ ମୋଟ ୬୦୦ରୁ ସର୍ବାଧିକ ୫୭୪ ନମ୍ବର ରଖିଥିଲେ । ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସାର୍ଥକ ରଞ୍ଜନ ରାଉତ ୫୬୬ ନମ୍ବର ରଖି ଦ୍ୱିତୀୟ ସ୍ଥାନରେ ରହିବା ସହିତ ଟାଙ୍ଗୀ ଟେଟ୍ରାହେଡ୍ରନ ସ୍କୁଲର ଶୁଭଜିତ ସାହୁ ୫୬୫ ରଖି ତୃତୀୟ ସ୍ଥାନରେ ରହିଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ