/odishatv-khabar/media/post_attachments/uploadimage/library/16_9/16_9_0/ambulance-accident_1626686740.jpg)
ambulance accident
ଯାଜପୁର : ଯାଜପୁର ଜିଲ୍ଲା ଦଳା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍କୁ ପଛ ପଟୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି।
Advertisment
ଗାଡ଼ିର ଡ୍ରାଇଭର ସମେତ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚାଳକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିଚୟ ଏଯାଏ ମିଳି ପାରିନାହିଁ। ସୂଚନା ମୁତାବକ ଆମ୍ବୁଲାନ୍ସଟି ପାଣିକୋଇଲି ପଟୁ ଯାଜପୁର ରୋଡ୍ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ପୁଲିସ ଘଟଣାସ୍ଥଳରୁ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)