Advertisment

ଓଡ଼ିଶାରେ ଆଉ ଦୁଇ ବିଧାୟକଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ବରି ବିଧାୟିକା ସୁନନ୍ଦା ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଉଭୟ ଟୁଇଟ୍ କରି ସୂଚନା ଦେବା ସହ ନିକଟରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ ସଙ୍ଗରୋଧରେ ରହିବା ସହ ନିଜ ନିଜର କୋଭିଡ୍ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି। ଗତକାଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏନେଇ ସେ […]

author-image
Abinash Pati
ଓଡ଼ିଶାରେ ଆଉ ଦୁଇ ବିଧାୟକଙ୍କୁ କରୋନା

Odisha mla

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ ଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ବରି ବିଧାୟିକା ସୁନନ୍ଦା ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଉଭୟ ଟୁଇଟ୍ କରି ସୂଚନା ଦେବା ସହ ନିକଟରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ ସଙ୍ଗରୋଧରେ ରହିବା ସହ ନିଜ ନିଜର କୋଭିଡ୍ ଟେଷ୍ଟ କରାଇ ନେବାକୁ ପରାମର୍ଶ ଦେଇଛନ୍ତି।

Advertisment

ଗତକାଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଥିଲେ। ତେବେ ଏହା ପୂର୍ବରୁ ଓଡ଼ିଶାରେ କେତେକ ବିଧାୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ଭଦ୍ରକ ଚାନ୍ଦବାଲି ବିଧାୟକ ବ୍ୟୋମୋକେଶ୍‌ ରାୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପୂର୍ବରୁ କୋରାପୁଟ ଜିଲ୍ଲା ପଟାଙ୍ଗି ବିଧାୟକ ପିତମ ପାଢ଼ୀ, ଜୟରାମ ପାଙ୍ଗି, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ଭୁବନେଶ୍ୱର ମଧ୍ୟ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଗଞ୍ଜାମ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ନୀଳିଗିରି ବିଧାୟ ସୁକାନ୍ତ ନାୟକ କରୋନାରେ ଆକ୍ରାନ୍ତ ହୋଇ ସାରିଛନ୍ତି। ବିଜେପି ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ।

Advertisment
Advertisment