rajya
ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଓଡ଼ିଶାର ୫ଟି ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା ଏବଂ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ବିଜ୍ଞପ୍ତି ପ୍ରକାଶ ସହ ଆଜିଠାରୁ ହିଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୨୬ ଓ ଏହାକୁ ମାର୍ଚ୍ଚ ୨୭ରେ ଯାଞ୍ଚ୍ କରାଯିବ।
୨୯ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ପାଇଁ ଏପ୍ରିଲ ୧୮ ତାରିଖରେ ଭୋଟ୍ ଗ୍ରହଣ ହେବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rajya_1626338848.jpg)