Advertisment

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲା ଉମରକୋଟ ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇଘର ବ୍ଳକ ରାହାସପାରା ଗାଁର ଦେବ ମାଝୀ। ୪ ମାସ ତଳେ ସେ ଏକ ହତ୍ୟାକାଣ୍ଡ ଅଭିଯୋଗରେ ଜେଲରେ ଥିଲେ। ଗତକାଲି ସନ୍ଧ୍ୟାରେ ତାଙ୍କ ଦେହ ଖରାପ ହେବାରୁ ପ୍ରଥମେ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ […]

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

nabarangpur

Advertisment

ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲା ଉମରକୋଟ ଉପକାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇଘର ବ୍ଳକ ରାହାସପାରା ଗାଁର ଦେବ ମାଝୀ।

Advertisment

୪ ମାସ ତଳେ ସେ ଏକ ହତ୍ୟାକାଣ୍ଡ ଅଭିଯୋଗରେ ଜେଲରେ ଥିଲେ। ଗତକାଲି ସନ୍ଧ୍ୟାରେ ତାଙ୍କ ଦେହ ଖରାପ ହେବାରୁ ପ୍ରଥମେ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସା ଅବହେଳାରୁ ଦେବଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଓ ଜେଲ କର୍ମଚାରୀ ଅଭିଯୋଗ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ