/odishatv-khabar/media/post_attachments/uploadimage/library/16_9/16_9_0/dharmendra_1620888313.jpg)
dharmendra
ଭୁବନେଶ୍ୱର : ରାଜ୍ୟର ୪ ଜିଲ୍ଲାରେ ହେବ ୫୫୦ କୋଭିଡ୍ ବେଡ୍ ବ୍ୟବସ୍ଥା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳରେ ଏହି ୫୫୦ଟି ବେଡ୍ ବ୍ୟବସ୍ଥା କରାଯିବ । ୫୫୦ଟି ଶଯ୍ୟା ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଏମସିଏଲ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଖଣି ମନ୍ତ୍ରୀ । ଏହାର ପ୍ରତି ଉତ୍ତରରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାରେ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇଥିବାରୁ ଧନ୍ୟବାଦ ଦେଇଛନ୍ତି ଜଣାଇଲେ କେନ୍ଦ୍ରମନ୍ତ୍ରୀ । ଗତ ୭ ତାରିଖରେ କେନ୍ଦ୍ର ଖଣି ମନ୍ତ୍ରୀଙ୍କୁ ଏନେଇ ପତ୍ର ଲେଖଥିଲେ ଧର୍ମେନ୍ଦ୍ର ପ୍ରଧାନ । ଏଯାଏଁ ରାଜ୍ୟରେ କୋଭିଡ-୧୯ ପରିଚାଳନା ପାଇଁ ୧୪୦ କୋଟି ଖର୍ଚ୍ଚ କଲାଣି ଗଉଖ ।
ସେପଟେ ରାଜ୍ୟରେ ଆଜି ମଧ୍ୟ ୧୦ ହଜାର ଉପରେ ରହିଛି କରୋନା ସଂକ୍ରମଣ । କିଛି ଦିନ ଦୈନିକ ସଂକ୍ରମଣ ହାର ସ୍ଥିର ରହିବା ପରେ ଆଜି ୧୧୦୦୦ ନିକଟତର ହୋଇଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୬୪୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭ ରେ ପହଞ୍ଚି ଯାଇଛି ।
ସେହିପରି ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ରାଜ୍ୟରେ ପୁଣି ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୨୫୧କୁ ବୃଦ୍ଧି ପାଇଛି। ଦିନକର ବ୍ୟବଧାନ ପରେ ପୁଣି ମୃତ୍ୟୁ ସଂଖ୍ୟା ବଢିଛି। ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ, ବାଲେଶ୍ୱର, ବରଗଡ଼ ଓ ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା,ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)