Advertisment

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଓଡ଼ିଶା ମୁହାଁ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ରାସ୍ତାରେ…

ଅଦ୍ୟତନ ହୋଇଛି
୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

rainfall

Advertisment

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଓଡ଼ିଶା ମୁହାଁ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ରାସ୍ତାରେ ପାଣି ଜମି ରହିଥିବା ଦେଖିବାକୁ ମିଳିଥିଲା। ରାସ୍ତାରେ ଛୁଟିଥିଲା ପାଣିର ସୁଅ।

Advertisment

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀ ଭୁବନେଶ୍ୱରରେ ଗତକାଲି ରାତି ୯ଟା ୪୫ ସୁଦ୍ଧା ୬୨ ମିଲିମିଟର ବର୍ଷା ହୋଇଥିବା ବେଳେ କଟକରେ ୩୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଓଡ଼ିଶା ଦେଇ ଝାଡ଼ଖଣ୍ଡ ଓ ଛତିଶଗଡ଼ ଆଡକୁ ଗତି କରିବ।

ଅନ୍ୟପକ୍ଷେ, ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟରେ ଅଧିକ ସକ୍ରିୟ ହେବା ସହ ଗତକାଲି ଆଉ କିଛି ଜିଲ୍ଲାକୁ ଛୁଇଁ ସାରିଛି। ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ ଓ ନବରଙ୍ଗପୁର ପାଇଁ ୱେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ବଜ୍ରପାତ ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଗଞ୍ଜାମ, ପୁରୀ, ନୟାଗଡ଼, ଗଜପତି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ଆବଶ୍ୟକ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ଘଡ଼ଘଡ଼ି ସହ ବର୍ଷା ବେଳେ କଟକ ଜଗତପୁର ନିକଟ ପଦମପୁର ମ଼େଡିକାଲ ଛକରେ ବଜ୍ରପାତରେ ଏକ ନଡ଼ିଆ ଗଛ ଜଳି ଯାଇଥିବା ଦେଖିବାକୁ ମିଳିଛି। ବଜ୍ରପାତ ଯୋଗୁ ନଡ଼ିଆ ଗଛରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖିବା ପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ