/odishatv-khabar/media/post_attachments/uploadimage/library/16_9/16_9_0/Rain_1623393218.jpg)
Rain
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ ଆସିବାକୁ ଯାଉଛି ବଡ଼ ବର୍ଷା। ଏହାରି ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।
ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଆଦି ଜିଲ୍ଲାର ଏକାଧିକ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆହୁରି ପଢନ୍ତୁ: ଆସୁଛି ବଡ଼ ବର୍ଷା, ମାଡ଼ି ଆସିବ ବନ୍ୟା ଜଳ ! ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ
ଏହାର ପ୍ରଭାବରେ ବିଭିନ୍ନ ନଦୀରେ ଉପୁଜିପାରେ ବନ୍ୟା ଭଳି ସ୍ଥିତି। କଚ୍ଚା ରାସ୍ତା ବି ଧସିବା ଆଶଙ୍କା ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ଆଜିଠୁ ୧୩ ତାରିଖ ଯାଏଁ ୨୦ରୁ ଅଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେଣେ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲଟି କମିଶନରଙ୍କୁ ଚିଠି ଲେଖାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)