/odishatv-khabar/media/post_attachments/uploadimage/library/16_9/16_9_0/batya-bhaya_1626261647.jpg)
cyclone
ଭୁବନେଶ୍ୱର: ଓଡ଼ିଶାକୁ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା ୟାସ୍ । ୨୬ ତାରିଖ ସକାଳେ ଏହା ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ଅଛି । ତେବେ ସମ୍ଭାବ୍ୟ ବାତ୍ୟା ‘ୟାସ୍’ର ମୁକାବିଲା ପାଇଁ ମ୍ୟାନ ପାଓ୍ୱାର ଓ ମେସିନାରରୀ ପ୍ରସ୍ତୁତ ରଖିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଏହି ବାତ୍ୟା ଉପରେ ସମୀକ୍ଷା ବୈଠକ କରିଥିଲେ SRC ପିକେ ଜେନା । ଆଇଏମଡି ଅଧିକାରୀଙ୍କ ସହିତ ସେ ଭିଡିଓ କନଫରେନସିଂରେ ଆଲୋଚନା କରିଥିବା ବେଳେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ସଚିବଙ୍କ ସହ ମଧ୍ୟ ଭର୍ଚୁଆଲରେ ଆଲୋଚନା କରିଥିଲେ । ଏଥିରେ ସେ ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ରହିବାକୁ କହିଛନ୍ତି । ଏଥିରେ ବିଭାଗୀୟ ସଚିବମାନେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଥିବା କହିଛନ୍ତି ।
ସମ୍ଭାବ୍ୟ ବାତ୍ୟାକୁ ଦେଖି ଆଗୁଆ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ SRC ପି.କେ ଜେନା ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ବାତ୍ୟା ୟାସ୍ ର ସମସ୍ତ ଲାଇଭ ଉପଡେଟ୍ ପଢନ୍ତୁ
ତେବେ ପୂର୍ବରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇସାରିଛନ୍ତି ଯେ, ଆସନ୍ତା ୨୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୭୨ ଘଣ୍ଟାରେ ଏହା ବାତ୍ୟାର ରୂପ ନେବ । ପରେ ଏହା ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି । ତେବେ ଏହି ବାତ୍ୟା କେଉଁଠି ଓ କେବେ ଲ୍ୟାଣ୍ଡଫଲ୍ କରିବ ? ତାର ତୀବ୍ରତା କେତେ ହେବ ? ତାହା ଲଘୁଚାପ ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି କହିଛନ୍ତି ।
ହେଲେ ଏହାର ପ୍ରଭାବରେ ୨୫ ତାରିଖ ରାତିଠାରୁ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଇଏମଡି ପକ୍ଷରୁ କୁହାଯାଇଛି । ସେହିପରି ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ସମୁଦ୍ର ଭିତରକୁ ନଯିବାକୁ ସତର୍କ ସୂଚନା ଦିଆଯାଇଛି । ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ୨୩ ତାରଖ ପୂର୍ବରୁ କୁଳକୁ ଫେରିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସତର୍କ ସୂଚନା ଜାରି କରି କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)