ଅରିନ୍ଦମ ରାୟଙ୍କ ଇସ୍ତଫା ପରେ ନେତାମାନେ ଏମିତି ମତ ଦେଇଥିବା ଚର୍ଚ୍ଚା । ଗତକାଲି ବବିଙ୍କ ଭିଣୋଇ ଅରିନ୍ଦମ ବିଜେଡି ଛାଡ଼ି ବିଜେପି ଯାଇଥିଲେ । କିଛି ଦିନ ତଳେ ବବିଙ୍କ ମାମୁ ଭବାନୀ ଜଗଦ୍ଦେବ ବି ପଦ୍ମ ଧରିଥିଲେ । ତେବେ ନେତାମାନଙ୍କ ଏଭଳି ମନ୍ତବ୍ୟ ନେଇ ବିଜେଡିର ପ୍ରତିକ୍ରିୟା ମିଳିନି ।
ଦିଲ୍ଲୀରେ ଇଣ୍ଡିଆ ଟୁଡେର କନକ୍ଲେଭରେ ଯୋଗଦେଇ ଶାହା କହିଛନ୍ତି, ଓଡ଼ିଶାରେ ବିଜେପି କେମିତି ଆଗକୁ ବଢ଼ିବ ସେନେଇ କାର୍ଯ୍ୟ କରୁଛୁ। ତା’ସହ ଶାହା କହିଛନ୍ତି, ଓଡ଼ିଶାରେ ବିଜେପିର ଭୋଟ ହାର ଭଲ ବଢ଼ିବ।
ମେଣ୍ଟ ସସପେନ୍ସ ପଛର ସତ କ’ଣ। କିଏ ଓ କାହିଁକି ଏହି ଚର୍ଚ୍ଚାକୁ ଆଗକୁ ବଢଉଛି। ଖାଲି ନେତା ନୁହେଁ ମେଣ୍ଟ ଗୋଲକ ଧନ୍ଦାକୁ ନେଇ ଜନତା ଜନାର୍ଦ୍ଦନ ବି ଦ୍ୱନ୍ଦ୍ୱରେ।
ନିର୍ବାଚନୀ ଇସ୍ତାହାରରେ ଓଡ଼ିଶାବାସୀଙ୍କୁ କଂଗ୍ରେସରର ୧୦ଟି ଗ୍ୟାରେଣ୍ଟି। ପ୍ରଥମରେ ରହିଛି ବୋନସ୍ ସହିତ ଧାନ କ୍ୱିଣ୍ଟାଲ ପିଛା ୩ ହଜାର ଟଙ୍କା ପ୍ରଦାନ, କୃଷି ଋଣ ଛାଡ଼ ଓ ଚାଷୀଙ୍କୁ ମାସିକ ୨ ହଜାର ଟଙ୍କାର ପେନସନ୍।
୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା କାଉଣ୍ଟଡାଉନ୍ ଆରମ୍ଭ। ଆସନ୍ତାକାଲି ଅପରାହ୍ନ ୩ଟାରେ ବିସ୍ତୃତ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିବେ ECI।
ବିଜେଡ଼ି ଛାଡ଼ି ବିଜେପିରେ ମିଶିଲେ ଅଭିନେତା ଅରିନ୍ଦମ ରାୟ । ଭୁବନେଶ୍ୱର ବିଜେପି ମୁଖ୍ୟାଳୟରେ ପହଞ୍ଚି ବିଜେପିରେ ମିଶିଛନ୍ତି ଅରିନ୍ଦମ ରାୟ ।
ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ଅରିନ୍ଦମ ରାୟ । ସାଧାରଣ ସଂପାଦକ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା ।
ହଇରେ ନାରଣ.. ଭଉଣୀ କଣ ଡରିଗଲେ କି ! ଆଲୋ ଆଲୋ ବିଜେପି ଜିନ୍ଦାବାଦ କଣ କହିଲେଣି.. ନାଇଁ ନାଇଁ କରେକ୍ସନ୍ ହେଲା ନା..
ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଛାଡ଼ କରିବାକୁ ମଧ୍ୟ ଘୋଷଣା କରିଛି ଦଳ ।
ନିର୍ବାଚନ ପାଇଁ ବିଜେଡି ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ବିଜେଡି ବିଧାୟକ ସୁଧୀର ସାମଲ ।
କାଲି ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା ହେବା ନେଇ ସୂଚନା ମିଳିଛି।
ପଞ୍ଚାୟତ ଓ ପଞ୍ଚାୟତ ସମିତିକୁ ଆସୁଥିବା ଅନୁଦାନ କାର୍ଯ୍ୟରେ ସମିତିସଭ୍ୟ ବା ସଭ୍ୟାଙ୍କର ସ୍ବାକ୍ଷର ରଖିବାକୁ ସେମାନେ ଦାବି କରିଛନ୍ତି।
ମାମଲାର ପ୍ରାରମ୍ଭିକ ଶୁଣାଣିରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦୀପଙ୍କ ପ୍ରସଙ୍ଗରେ ଆପତ୍ତି ଉଠାଇଥିଲେ ଆଡ଼ଭୋକେଟ ଜେନେରାଲ।
ପ୍ରଧାନମନ୍ତ୍ରୀ ମୋଦି ମମତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି।
ଦିଲ୍ଲୀରୁ ଫେରି ଭିନ୍ନ ଭିନ୍ନ ମନ୍ତବ୍ୟରେ ଦ୍ବନ୍ଦ୍ବକୁ ଆହୁରି ବଢ଼ାଇଲେ ମନମୋହନ ।
ଆସନ୍ତାକାଲି ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ । କାଲି ଅପରାହ୍ନରେ ବୈଠକ ହେବ ବୋଲି କହିଲେ ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ମିଟିଂରେ ସମସ୍ତ ସିଟ୍ ପାଇଁ ପରୀକ୍ଷା ନିରୀକ୍ଷା କରାଯିବ ବୋଲି କହିଲେ ମନମୋହନ ।
ଓଡ଼ିଶାରେ ବିଜେପି ସରକାର ହେବ କହିଲେ ମନମୋହନ ସାମଲ।
ଗତକାଲି ଅମିତ୍ ଶାହଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଆଜି ଭୁବନେଶ୍ୱର ଫେରିଛନ୍ତି ମନମୋହନ ସାମଲ। ଫେରିବା ପରେ କହିଛନ୍ତି ସବୁ ଆସନ ନେଇ ବିଚାର ବିମର୍ଶ ଚାଲିଛି।
୨୪ ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କ ବଡ଼ ପଦକ୍ଷେପ। ସାରା ଦେଶରେ ଲାଗୁ ହୋଇଛି ନାଗରିକତା ସଂଶୋଧନ ଆଇନ। ଆଇନ୍ ଲାଗୁ ହେବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବଡ଼ ବୟାନ। କହିଲେ CAA ପ୍ରତ୍ୟାହାର ହେବନି।
ସରପଞ୍ଚଙ୍କ ପାରିତୋଷିକକୁ ୨ ହଜାର ୩୫୦ରୁ ଏକାବେଳକେ ୪ ଗୁଣ ବଢ଼ାଇ ୧୦ ହଜାର କରିବା ପରେ ଆଜି ମେୟରଙ୍କ ଦରମାକୁ ବି ୫୦ ହଜାର ଛୁଆଁଇ ଦେଇଛନ୍ତି ସରକାର।
୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ହେବା ପରେ କେଉଁଠି ସେଲିବ୍ରେସନ ତ କେଉଁଠି ନିରାଶା। ସେପଟେ ନିର୍ବାଚନ ପୂର୍ବରୁ ଏଭଳି ଘୋଷଣାକୁ ନେଇ ଶାସକକୁ ଘେରିଛି ବିରୋଧୀ।
ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ଆଲୋଚନା କରିଛନ୍ତି ଶାହ।
୫୦ ହଜାରକୁ ବଢ଼ିଲା ମେୟରଙ୍କ ଦରମା । କନିଷ୍ଠ ଶିକ୍ଷକଙ୍କ ଦରମା ୨୦ ହଜାରକୁ ବୃଦ୍ଧି ।
ଶାହଙ୍କୁ ଭେଟିଲେ ରାଜ୍ୟ ବିଜେପି ନେତୃତ୍ୱ । କାଲି ନବୀନ ନିବାସରେ ବିଜେଡିର ବଡ଼ ବୈଠକ ।