• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Pipili By Election
ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌: ହେଲେ ପିପିଲି ଆସନ ହାତେଇବ କିଏ?

ପିପିଲି ଉପନିର୍ବାଚନ ପାଇଁ ବାଜିଲା ସାନି ବିଗୁଲ୍। ସେପ୍ଟେମ୍ବର ୩୦ରେ ଭୋଟ୍, ଅକ୍ଟୋବର ୩ରେ ହେବ ଭୋଟ୍‌ ଗଣତି। ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ଖାଲି ହୋଇଥିବା ଆସନ ଲାଗି ହେବାକୁ ଯାଉଛି ଭୋଟ୍। ପ୍ରଥମେ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ପରଲୋକ ପାଇଁ ଘୁଞ୍ଚିଥିଲା ତେବେ ପୁଣି ଦ୍ୱିତୀୟ ଥର କୋଭିଡ୍ ଦ୍ୱିତୀୟ ଲହର ସ୍ଥିତି ପାଇଁ ସ୍ଥଗିତ ଥିଲା।

mamata banerjee
ମମତା ବାନାର୍ଜୀଙ୍କ ବିଧାନସଭା ପହଞ୍ଚିବା ରାସ୍ତା ସଫା : ପଶ୍ଚିମବଙ୍ଗରେ ୩ଟି ସିଟରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଧାନସଭା ପହଞ୍ଚିବା ରାସ୍ତା ସଫା ହୋଇଯାଇଛି । ପଶ୍ଚିମବଙ୍ଗର ଖାଲି ପଡ଼ିଥିବା ବିଧାନସଭା ଆସନ ମଧ୍ୟରୁ ତିନୋଟି ଏବଂ ଓଡିଶାରେ ଗୋଟିଏ ଆସନରୁ ସେପ୍ଟେମ୍ବର ୩୦ରେ ଉପ ହେବ ବୋଲି ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପଶ୍ଚିମବଙ୍ଗର ଭବାନୀପୁର, ଶମଶେରଗଞ୍ଜ, ଜଙ୍ଗିପୁର ସିଟରେ ଉପନିର୍ବାଚନ ହେବ । ସେହିପରି ଓଡ଼ିଶାର ପିପିଲି ସିଟରୁ ଉପନିର୍ବାଚନ କରାଯିବ ବୋଲି ଘୋଷଣା ହୋଇଛି ।

election
ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ

ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଶନିବାର ମଧ୍ୟାହ୍ନରେ କମିଶନ ଏହି ଘୋଷଣା କରିଛନ୍ତି ।

Assembly
୩ ଦିନ ହଙ୍ଗାମା ପରେ ସ୍ୱାଭାବିକ ହେଲା ବିଧାନସଭା, ରାଜ୍ୟରେ ଖୋଲିବ ୨୪ଟି ନୂଆ ITI କଲେଜ

ଲଗାତର ୩ ଦିନର ହଙ୍ଗାମା ଓ ଅଚଳାବସ୍ଥା ପରେ ଆଜି ସ୍ୱାଭାବିକ ହୋଇଛି ବିଧାନସଭା ସ୍ଥିତି । ଶାନ୍ତିଶୃଙ୍ଖଳାର ସହ ପ୍ରଶ୍ନକାଳ ଶେଷ ହୋଇଛି ।ନେତାଙ୍କ ସବୁ ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ।

BJP Team At Balangir
ମରୁଡ଼ିର ବାସ୍ତବ ସ୍ଥିତି ଅନୁଧ୍ୟାନ ପାଇଁ ଗ୍ରାଉଣ୍ଡ ଜିରୋରେ BJP

ରାଜ୍ୟରେ ବର୍ଷା ଅଭାବ । ଜମି ଫାଟି ଆଁ କଲାଣି । ଚାଷୀ ମୁଣ୍ଡରେ ହାତ ଦେଲେଣି । ମରୁଡ଼ି ଭୟରେ ଚାଷୀଙ୍କ ଆଖିରୁ ଲୁହ ଶୁଖୁନି । ସେପଟେ ଏମିତି ବି ଖବର ରହିଛି ଚାଷୀ ଚାଷରେ କ୍ଷତି ଯୋଗୁଁ ଜୀବନ ହାରିଲେଣି ।

Dibya Shankar Mishra
ରାଜ୍ୟରେ ଶ୍ରମିକ ଅଭାବ, ବନ୍ଦ ହୋଇଗଲା ୭ଟି ଶିଳ୍ପ ସଂସ୍ଥା

ଶ୍ରମିକ ଅଭାବ ଯୋଗୁଁ ବନ୍ଦ ହୋଇଛି ରାଜ୍ୟର ୭ଟି ଶିଳ୍ପ ସଂସ୍ଥା । ଏନେଇ ଆଜି ବିଧାନସଭାରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ଶିଳ୍ପ ମନ୍ତ୍ରୀ କ୍ୟାପ୍ଟେନ୍‌ ଦିବ୍ୟଶଙ୍କର ମିଶ୍ର । ରାଜ୍ୟର ବୃହତ ଶିଳ୍ପରେ ଶ୍ରମିକ ସମସ୍ୟା ଥିବାରୁ ଉତ୍ପାଦନ ବନ୍ଦ କରାଯାଇଥିବା ସେ କହିଛନ୍ତି ା 

Odisha Assembly
କଂଗ୍ରେସ ଓ ବିଜେଡି ମଧ୍ୟରେ ହୋଇଛି ଫିକ୍ସିଂ: ବିଜେପି

ମୋହନ ମାଝୀ କହିଛନ୍ତି, ମାହାଙ୍ଗା ମର୍ଡର ଓ ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଆଲୋଚନା ହୋଇଥିଲେ ସରକାର ଅଡୁଆରେ ପଡ଼ିଥାନ୍ତେ। ତେଣୁ କଂଗ୍ରେସ ଷ୍ଟାଫ୍ ସିଲେକ୍ସନ ପ୍ରସଙ୍ଗ ଉଠାଇ ସରକାରଙ୍କ ସହଯୋଗରେ ହାଉସ୍ ବନ୍ଦ କରିଛି। ସରକାରଙ୍କୁ ଘଣ୍ଟ ଘୋଡ଼ାଇବାକୁ ବାଚସ୍ପତି ପକ୍ଷପାତିତା କରିଥିବା ଅଭିଯୋଗ କରିଛନ୍ତି ମୋହନ ମାଝୀ।

Mahanga Murder Case
ପ୍ରତାପ ପ୍ରସଙ୍ଗରେ ଉଠିଲା ପଡ଼ିଲା ଗୃହ

ମାହାଙ୍ଗା ଡବଲ୍ ମର୍ଡର ମାମଲାରେ କମ୍ପୁଛି ଗୃହ । ଦ୍ୱିତୀୟ ଦିନରେ ହୁଲସ୍ତୁଲ୍ ମୌସୁମୀ ଅଧିବେଶନ। ଗୃହ ଆରମ୍ଭ ହେବା କ୍ଷଣି ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ଗର୍ଜିଥିଲା ବିଜେପି। ବାଚସ୍ପତିଙ୍କ ପୋଡ଼ିୟମ୍ ଆଗରେ ପୋଷ୍ଟର ଧରି କରିଥିଲା ହୋହଲ୍ଲା ।ଏଣେ ଗୃହ ବାହାରେ ସାମ୍ବାଦିକ ସମ୍ମିଳନୀ କରି ମନ୍ତ୍ରୀ ପ୍ରତାପ ଜେନାଙ୍କୁ କଂଗ୍ରେସର ଟାର୍ଗେଟ୍

Panchayat election
ଆସୁଛି ପଞ୍ଚାୟତ ନିର୍ବାଚନ। କାହାକୁ ମିଳିବ କେତେ ସଂରକ୍ଷଣ?

ପଞ୍ଚାୟତ ଆଇନ ସଂଶୋଧନ ପ୍ରସ୍ତାବରେ କ୍ୟାବିନେଟ ମୋହର ପରେ ଫିଟିଲା ର୍ନିବାଚନ ଲାଗି ବାଟ। ଆଇନ କାର୍ଯ୍ୟକାରୀ ହେଲେ ୫୦ ପ୍ରତିଶତରେ ସୀମିତ ରହିବ ସବୁ ସଂରକ୍ଷଣ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅନୁପାଳନ ଅନ୍ତର୍ଗତ ଏହା କରାଯିବ। ତେବେ କେଉଁ ବର୍ଗକୁ ମିଳିବ କେତେ ପ୍ରତିଶତ ସଂରକ୍ଷଣ?

Representational Image
୫୦% ରହିବ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା

ବିଶ୍ୱସ୍ତ ସୂତ୍ରରୁ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ସୂଚନା ମିଳିଥିବାବେଳେ ଚଳିତ ଅଧିବେଶନରେ ବି ଏ ସମ୍ପର୍କିତ ବିଲ୍ ଆସିବା ଅନୁମାନ କରାଯାଉଛି। ଏସବୁ ଆଇନ୍ ବିଧାନସଭାରେ ପାରିତ ହେଲା ପରେ ସଂରକ୍ଷଣ ସୀମା ୫୦ ପ୍ରତିଶତ ଭିତରେ ରହିବ। 

Harish Rawat
ପଞ୍ଜାବରେ କଂଗ୍ରେସ ସ୍ଥିତି ବିଗୁଡ଼ୁଛି, ବୁଲି ବୁଲି ଅସନ୍ତୁଷ୍ଟଙ୍କୁ ମନାଉଛନ୍ତି ପ୍ରଭାରୀ

ପଞ୍ଜାବ କଂଗ୍ରେସରେ ଅସ୍ଥିରତା ଲାଗି ରହିଛି । ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ଓ ପିସିସି ସଭାପତି ନବଜୋତ ସିଂହ ସିଦ୍ଧୁଙ୍କ ମଧ୍ୟରେ ଲାଗି ରହିଛି ଛକାପଞ୍ଝା ।

Odisha Monsoon Session
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉ ହେଉ ଗୃହରେ ହୋହାଲ୍ଲା 

କୋଭିଡ୍ କଟକଣା ମଧ୍ୟରେ ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଥିଲା। ହଟ୍ଟଗୋ, ଲାଗି ରହିବାରୁ ଗୃହକୁ ଅପରାହ୍ନ ୧୨ଟା ୩୪ ମିନିଟ ପର୍ଯ୍ୟନ୍ତ ମୁଲତବି କରିଥିଲେ ବାଚସ୍ପତି। 

cm-naveen
୭ଦିନ ଭିତର ସବୁ ଉଠା ଜଳସେଚନ ପଏଣ୍ଟ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ରାଜ୍ୟରେ ସମ୍ଭାବ୍ୟ ମରୁଡ଼ି ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନସିଂରେ ବିଭିନ୍ନ ବିଭାଗ ସହ ସମୀକ୍ଷାବେଳେ ମୁଖ୍ୟମନ୍ତ୍ରୀ ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

BJP
ବିଏମ୍‌ସି ଅଫିସ୍ ଆଗରେ କଳା ପଟି ବାନ୍ଧି ବିକ୍ଷୋଭ ପ୍ରଦର୍ଶନ କଲା ବିଜେପି

ବିଏମ୍‌ସିର ସ୍ୱାୟତ୍ତ ଶାସନ ଦିବସକୁ କଳା ଦିବସ ଭାବେ ପାଳିଲା ବିଜେପି । ଭୁବନେଶ୍ୱର ଜିଲ୍ଳା ବିଜେପି ପକ୍ଷରୁ ଆଜି ବିଏମ୍‌ସି ଅଫିସ୍ ଆଗରେ କଳା ପଟି ବାନ୍ଧି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । 

tara
ସାଂଘାତିକ ଅଭିଯୋଗ, କଂଗ୍ରେସରେ ଥାଇ ବିଜେଡି ପାଇଁ କାମ କରୁଛନ୍ତି ତାରା ଓ ତାଙ୍କ ପତ୍ନୀ !

ବିଜେଡି ପାଇଁ କାମ କରୁଛନ୍ତି ତାରା । ଖାଲି ତାରା ନୁହଁନ୍ତି ତାଙ୍କ ପତ୍ନୀ ବି ବିଜେଡି ପାଇଁ କାମ କରୁଛନ୍ତି । କୋରାପୁଟର ବରିଷ୍ଠ ନେତା କୁଲେସିକା ଆଣିଛନ୍ତି ତାରାଙ୍କ ନାଁରେ ଏଭଳି ସାଂଘାତିକ ଅଭିଯୋଗ ।

assembly
କାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ

ଆସନ୍ତାକାଲିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାବେଳେ ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ବିଜେପି ଘେରିବାକୁ ଯୋଜାନା କରୁଛି। ମରୁଡି ପରିସ୍ଥିତି, ସାର ଅଭାବ, ଜଳସେଚନ ବ୍ୟବସ୍ଥା, ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ମାନସ ଦାସଙ୍କ ମାବନବାଦ ସଂଗଠନର ଅତ୍ୟାଚାର ଘଟଣା, ମାହଙ୍ଗା ଡବଲ ମର୍ଡର ଭଳି ଘଟଣାରେ ସରକାରଙ୍କୁ ଘେରିବ ବିଜେପି।

assembly
କାଲିଠୁ ମୌସୁମୀ ଅଧିବେଶନ, ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ହାତରେ ଅନେକ ଅସ୍ତ୍ର

ଦିନକ ପରେ ବିଧାନସଭାର ମୌସୁମୀ ଅଧିବେଶନ । ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ବିଜେପି ଓ କଂଗ୍ରେସ ତାର ଷ୍ଟ୍ରାଟେଜୀ ପ୍ରସ୍ତୁତ କରୁଛନ୍ତି । ତେବେ ସ୍ପଳ୍ପକାଳୀନ ଅଧିବେଶନ ହୋଇଥିଲେ ମଧ୍ୟ ବିରୋଧୀଙ୍କ ହାତରେ ପ୍ରସଙ୍ଗର ଲମ୍ବାତାଲିକା ।

Pargat Singh
ପଞ୍ଜାବ ରାଜନୀତି; ସିଦ୍ଧୁଙ୍କ ସମର୍ଥନରେ ଅମରିନ୍ଦରଙ୍କୁ ବାଣ ମାରିଲେ ବିଧାୟକ ପରଗତ ସିଂ

ପଞ୍ଜାବ ରାଜନୀତିରେ ସିଦ୍ଧୁ ଓ କ୍ୟାପଟେନ ଗୋଷ୍ଠୀ ମଧ୍ୟରେ ଛକାପଂଝା ଜାରି ରହିଛି । ଆଜି କଂଗ୍ରେସ ବିଧାୟକ ପରଗତ ସିଂ, ସିଦ୍ଧୁଙ୍କ ସମର୍ଥନରେ ଆସି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ରାଜ୍ୟ ପ୍ରଭାରୀ ହରିଶ ରାୱତଙ୍କୁ ଟାର୍ଗେଟ କରିଛନ୍ତି ।

Odisha Guideline
କ’ଣ ହେବ ସେପ୍ଟେମ୍ବର ଗାଇଡ୍‌ଲାଇନ୍

ସେପ୍ଟେମ୍ବରରେ ସରକାର ସଂପୂର୍ଣ୍ଣ ଅନ୍‌ଲକ୍‌କୁ ଯିବେ ନା କଟକଣାକୁ ଆଉ ଟିକେ କୋହଳ କରିବେ ସେନେଇ ଲୋକେ ଚାହିଁ ବସିଛନ୍ତି। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ନୂଆ ଗାଇଡ୍‌ଲାଇନ ଆସିବାକୁ ଥିବାବେଳେ ସରକାରଙ୍କ ନିଷ୍ପତ୍ତି ଉପରେ ନଜର ରହିଛି। ରାଜ୍ୟରେ କରୋନା ଦ୍ୱିତୀୟ ଲହରର ପ୍ରଭାବ ହ୍ରାସ ପାଇବା ସହ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବି କମିଛି । ତେବେ ପିଲାଙ୍କ ସଂକ୍ରମଣ ବଢିବା ଓ ତୃତୀୟ ଲହର ଆଶଙ୍କା ସରକାରଙ୍କ ନିଷ୍ପତ୍ତିର ମାନଦଣ୍ଡ ହେବ ବୋଲି ଆଶା କରାଯାଉଛି।

Taraprasad With Niranjan
ବଦଳିଗଲା ତାରାଙ୍କ ତେବର, କହିଲେ ନିରଞ୍ଜନ ମୋ ବଡ଼ ଭାଇ..

ନରମିଲେ ତାରା । ବଦଳିଗଲା ତାରାଙ୍କ ତେବର । ପିସିସି ସଭାପତିଙ୍କ ନାଁରେ ବିଷୋଦଗାର କରୁଥିବା କଂଗ୍ରେସ ବିଧାୟକ ତାରା ବାହିନୀପତି ଏବେ ନରମି ଯାଇଛନ୍ତି । ଦିନେ ଅଯୋଗ୍ୟ କହୁଥିବା ନିରଞ୍ଜନଙ୍କୁ ଏବେ ସେ ବଡ଼ ଭାଇ ବୋଲି କହିଛନ୍ତି ।

BJP BJP Clash
ଉଦ୍‌ଘାଟନ ସମାରୋହରେ ମୁହାଁ ମୁହିଁ ହେଲେ ବିଜେଡି-ବିଜେପି, ଠେଲା-ପେଲାରୁ ଧସ୍ତା-ଧସ୍ତି !

ସୁନ୍ଦରଗଡ଼ ଜିଲ୍ଲା ମନୋହରପୁର ଓପିସିଏଲ୍ ଖଣିରୁ କୋଇଲା ପରିବହନର ଉଦ୍‌ଘାଟନ ସମୟରେ ବିଜେଡି-ବିଜେପି ମୁହାଁମୁହିଁ । କିଛି ସମୟ ଧରି ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । 

Panchanan Kanungo
ମନିଟାଇଜେସନ୍‌ ନାଁରେ ବିଜେପି ନିର୍ବାଚନ ପାଣ୍ଠି ଗୋଟାଉଛି: ପଞ୍ଚାନନ କାନୁନଗୋ

ବିଭିନ୍ନ ଜାତୀୟ ସଂପତ୍ତିର ମନିଟାଇସେଜନ ପାଇଁ ମୋଦି ସରକାରଙ୍କ ଯୋଜନାକୁ କଂଗ୍ରେସର ଜୋରଦାର ବିରୋଧ । ମୋଦି ସରକାର କାହିଁକି ଘରୋଇକରଣ କରୁଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ ନେତା ପଞ୍ଚାନନ କାନୁନଗୋ ।

Hockey Stadium
କ୍ରୀଡ଼ା ଭିତ୍ତିଭୂମି ସଜାଡ଼ିବାରେ କେତେ ସଫଳ ରାଜ୍ୟ ସରକାର?

କ୍ରୀଡ଼ା ଦିବସରେ କ୍ରୀଡ଼ାବିତ୍‌ଙ୍କୁ ସମ୍ମାନ, ନିଶ୍ଚିତ ପକ୍ଷେ ନୂଆ ପିଢ଼ିଙ୍କ ପାଇଁ ଆହ୍ୱାନ। ହେଲେ ଯେଉଁ ହକି ଷ୍ଟାର ଅମିତ୍ ରୋହିଦାସଙ୍କୁ ଆଜି ରାଜ୍ୟ ସରକାର ସମ୍ମାନିତ କରିଛନ୍ତି ତାଙ୍କ ଜନ୍ମମାଟିରେ ଆଷ୍ଟୋଟର୍ଫ ନିର୍ମାଣ ନିଷ୍ପତ୍ତିର ବାସ୍ତବ ଚିତ୍ର କିନ୍ତୁ କ୍ରୀଡ଼ା ଭିତ୍ତିଭୂମି ଦିଗରେ ଆନ୍ତରିକତାର ପୋଲ୍ ଖୋଲି ଦେଇଛି। ସେମିତି ରାଇରଙ୍ଗପୁରରେ ସରକାରଙ୍କ ଷ୍ଟାଡିୟମ୍ ଘୋଷଣା କେମିତି ପାଣି ଗାର ହୋଇଛି।

Mass Resignation
ଏକାସଙ୍ଗେ ଇସ୍ତଫା ଦେଲେ ବିଜେପିର ୧୫ ଜିଲ୍ଲା ପରିଷଦ ସଦସ୍ୟ

ମୟୁରଭଞ୍ଜ ଜିଲ୍ଲାର ୧୧ ତମ ଜିଲ୍ଲା ପରିଷଦ ବୈଠକ ବସିଥିଲା। ଏଥିରେ ବିଭିନ୍ନ ବିଭାଗର ଆଲୋଚନାବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଠକକୁ ଅଧାରୁ ସ୍ଥଗିତ ରଖିଥିଲେ। ଏହାକୁ ନେଇ ଆରମ୍ଭ ହୋଇଥିଲା ହଟ୍ଟଗୋଳ।

Navjot Singh Sidhu
‘ମୋତେ ସ୍ୱାଧୀନତା ନମିଳିଲେ କଡ଼ା ଜବାବ ଦେବି, ଇଣ୍ଟ ସେ ଇଣ୍ଟ ବଜା ଦୁଙ୍ଗା’

ପଞ୍ଜାବ କଂଗ୍ରେସରେ ବିବାଦ ଥମିବାର ନାଁ ଧରୁନି । ନବଜୋତ ସିଂହ ସିଦ୍ଧୁଙ୍କୁ ପଞ୍ଜାବ କଂଗ୍ରେସର ମୁଖିଆ କରାଯାଇଥିଲେ ମଧ୍ୟ ସମସ୍ୟା ସମାଧାନ ହେଉନାହିଁ । କାରଣ ସିଦ୍ଧୁ ପଦବୀରେ ଥିଲେ ବି ପାୱାର କରିଡର ରହିଛି ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ପାଖରେ ।