• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

assembly
କାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିରୋଧୀ

ଆସନ୍ତାକାଲିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାବେଳେ ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ବିଜେପି ଘେରିବାକୁ ଯୋଜାନା କରୁଛି। ମରୁଡି ପରିସ୍ଥିତି, ସାର ଅଭାବ, ଜଳସେଚନ ବ୍ୟବସ୍ଥା, ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ମାନସ ଦାସଙ୍କ ମାବନବାଦ ସଂଗଠନର ଅତ୍ୟାଚାର ଘଟଣା, ମାହଙ୍ଗା ଡବଲ ମର୍ଡର ଭଳି ଘଟଣାରେ ସରକାରଙ୍କୁ ଘେରିବ ବିଜେପି।

assembly
କାଲିଠୁ ମୌସୁମୀ ଅଧିବେଶନ, ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ହାତରେ ଅନେକ ଅସ୍ତ୍ର

ଦିନକ ପରେ ବିଧାନସଭାର ମୌସୁମୀ ଅଧିବେଶନ । ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ବିଜେପି ଓ କଂଗ୍ରେସ ତାର ଷ୍ଟ୍ରାଟେଜୀ ପ୍ରସ୍ତୁତ କରୁଛନ୍ତି । ତେବେ ସ୍ପଳ୍ପକାଳୀନ ଅଧିବେଶନ ହୋଇଥିଲେ ମଧ୍ୟ ବିରୋଧୀଙ୍କ ହାତରେ ପ୍ରସଙ୍ଗର ଲମ୍ବାତାଲିକା ।

Pargat Singh
ପଞ୍ଜାବ ରାଜନୀତି; ସିଦ୍ଧୁଙ୍କ ସମର୍ଥନରେ ଅମରିନ୍ଦରଙ୍କୁ ବାଣ ମାରିଲେ ବିଧାୟକ ପରଗତ ସିଂ

ପଞ୍ଜାବ ରାଜନୀତିରେ ସିଦ୍ଧୁ ଓ କ୍ୟାପଟେନ ଗୋଷ୍ଠୀ ମଧ୍ୟରେ ଛକାପଂଝା ଜାରି ରହିଛି । ଆଜି କଂଗ୍ରେସ ବିଧାୟକ ପରଗତ ସିଂ, ସିଦ୍ଧୁଙ୍କ ସମର୍ଥନରେ ଆସି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ରାଜ୍ୟ ପ୍ରଭାରୀ ହରିଶ ରାୱତଙ୍କୁ ଟାର୍ଗେଟ କରିଛନ୍ତି ।

Odisha Guideline
କ’ଣ ହେବ ସେପ୍ଟେମ୍ବର ଗାଇଡ୍‌ଲାଇନ୍

ସେପ୍ଟେମ୍ବରରେ ସରକାର ସଂପୂର୍ଣ୍ଣ ଅନ୍‌ଲକ୍‌କୁ ଯିବେ ନା କଟକଣାକୁ ଆଉ ଟିକେ କୋହଳ କରିବେ ସେନେଇ ଲୋକେ ଚାହିଁ ବସିଛନ୍ତି। ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ନୂଆ ଗାଇଡ୍‌ଲାଇନ ଆସିବାକୁ ଥିବାବେଳେ ସରକାରଙ୍କ ନିଷ୍ପତ୍ତି ଉପରେ ନଜର ରହିଛି। ରାଜ୍ୟରେ କରୋନା ଦ୍ୱିତୀୟ ଲହରର ପ୍ରଭାବ ହ୍ରାସ ପାଇବା ସହ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବି କମିଛି । ତେବେ ପିଲାଙ୍କ ସଂକ୍ରମଣ ବଢିବା ଓ ତୃତୀୟ ଲହର ଆଶଙ୍କା ସରକାରଙ୍କ ନିଷ୍ପତ୍ତିର ମାନଦଣ୍ଡ ହେବ ବୋଲି ଆଶା କରାଯାଉଛି।

Taraprasad With Niranjan
ବଦଳିଗଲା ତାରାଙ୍କ ତେବର, କହିଲେ ନିରଞ୍ଜନ ମୋ ବଡ଼ ଭାଇ..

ନରମିଲେ ତାରା । ବଦଳିଗଲା ତାରାଙ୍କ ତେବର । ପିସିସି ସଭାପତିଙ୍କ ନାଁରେ ବିଷୋଦଗାର କରୁଥିବା କଂଗ୍ରେସ ବିଧାୟକ ତାରା ବାହିନୀପତି ଏବେ ନରମି ଯାଇଛନ୍ତି । ଦିନେ ଅଯୋଗ୍ୟ କହୁଥିବା ନିରଞ୍ଜନଙ୍କୁ ଏବେ ସେ ବଡ଼ ଭାଇ ବୋଲି କହିଛନ୍ତି ।

BJP BJP Clash
ଉଦ୍‌ଘାଟନ ସମାରୋହରେ ମୁହାଁ ମୁହିଁ ହେଲେ ବିଜେଡି-ବିଜେପି, ଠେଲା-ପେଲାରୁ ଧସ୍ତା-ଧସ୍ତି !

ସୁନ୍ଦରଗଡ଼ ଜିଲ୍ଲା ମନୋହରପୁର ଓପିସିଏଲ୍ ଖଣିରୁ କୋଇଲା ପରିବହନର ଉଦ୍‌ଘାଟନ ସମୟରେ ବିଜେଡି-ବିଜେପି ମୁହାଁମୁହିଁ । କିଛି ସମୟ ଧରି ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । 

Panchanan Kanungo
ମନିଟାଇଜେସନ୍‌ ନାଁରେ ବିଜେପି ନିର୍ବାଚନ ପାଣ୍ଠି ଗୋଟାଉଛି: ପଞ୍ଚାନନ କାନୁନଗୋ

ବିଭିନ୍ନ ଜାତୀୟ ସଂପତ୍ତିର ମନିଟାଇସେଜନ ପାଇଁ ମୋଦି ସରକାରଙ୍କ ଯୋଜନାକୁ କଂଗ୍ରେସର ଜୋରଦାର ବିରୋଧ । ମୋଦି ସରକାର କାହିଁକି ଘରୋଇକରଣ କରୁଛନ୍ତି ବୋଲି ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ ନେତା ପଞ୍ଚାନନ କାନୁନଗୋ ।

Hockey Stadium
କ୍ରୀଡ଼ା ଭିତ୍ତିଭୂମି ସଜାଡ଼ିବାରେ କେତେ ସଫଳ ରାଜ୍ୟ ସରକାର?

କ୍ରୀଡ଼ା ଦିବସରେ କ୍ରୀଡ଼ାବିତ୍‌ଙ୍କୁ ସମ୍ମାନ, ନିଶ୍ଚିତ ପକ୍ଷେ ନୂଆ ପିଢ଼ିଙ୍କ ପାଇଁ ଆହ୍ୱାନ। ହେଲେ ଯେଉଁ ହକି ଷ୍ଟାର ଅମିତ୍ ରୋହିଦାସଙ୍କୁ ଆଜି ରାଜ୍ୟ ସରକାର ସମ୍ମାନିତ କରିଛନ୍ତି ତାଙ୍କ ଜନ୍ମମାଟିରେ ଆଷ୍ଟୋଟର୍ଫ ନିର୍ମାଣ ନିଷ୍ପତ୍ତିର ବାସ୍ତବ ଚିତ୍ର କିନ୍ତୁ କ୍ରୀଡ଼ା ଭିତ୍ତିଭୂମି ଦିଗରେ ଆନ୍ତରିକତାର ପୋଲ୍ ଖୋଲି ଦେଇଛି। ସେମିତି ରାଇରଙ୍ଗପୁରରେ ସରକାରଙ୍କ ଷ୍ଟାଡିୟମ୍ ଘୋଷଣା କେମିତି ପାଣି ଗାର ହୋଇଛି।

Mass Resignation
ଏକାସଙ୍ଗେ ଇସ୍ତଫା ଦେଲେ ବିଜେପିର ୧୫ ଜିଲ୍ଲା ପରିଷଦ ସଦସ୍ୟ

ମୟୁରଭଞ୍ଜ ଜିଲ୍ଲାର ୧୧ ତମ ଜିଲ୍ଲା ପରିଷଦ ବୈଠକ ବସିଥିଲା। ଏଥିରେ ବିଭିନ୍ନ ବିଭାଗର ଆଲୋଚନାବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଠକକୁ ଅଧାରୁ ସ୍ଥଗିତ ରଖିଥିଲେ। ଏହାକୁ ନେଇ ଆରମ୍ଭ ହୋଇଥିଲା ହଟ୍ଟଗୋଳ।

Navjot Singh Sidhu
‘ମୋତେ ସ୍ୱାଧୀନତା ନମିଳିଲେ କଡ଼ା ଜବାବ ଦେବି, ଇଣ୍ଟ ସେ ଇଣ୍ଟ ବଜା ଦୁଙ୍ଗା’

ପଞ୍ଜାବ କଂଗ୍ରେସରେ ବିବାଦ ଥମିବାର ନାଁ ଧରୁନି । ନବଜୋତ ସିଂହ ସିଦ୍ଧୁଙ୍କୁ ପଞ୍ଜାବ କଂଗ୍ରେସର ମୁଖିଆ କରାଯାଇଥିଲେ ମଧ୍ୟ ସମସ୍ୟା ସମାଧାନ ହେଉନାହିଁ । କାରଣ ସିଦ୍ଧୁ ପଦବୀରେ ଥିଲେ ବି ପାୱାର କରିଡର ରହିଛି ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ପାଖରେ ।

BJP Members Scuffle With Police
ଚାଲିଥିଲା ବିଜେଡି ନେତାଙ୍କ ରାତ୍ରୀଭୋଜନ; ଧସେଇ ପଶିବାକୁ ଉଦ୍ୟମ କଲେ ବିଜେପି କର୍ମୀ, ତା’ପରେ...

ବିଜେଡି ନେତାଙ୍କ ରାତ୍ରୀଭୋଜନ ଚାଲି ଥିବାବେଳେ ବିଜେପି କର୍ମୀ ଧସେଇ ପଶିବାକୁ ଉଦ୍ୟମ କରିଥିବା ଜଣାପଡ଼ିଛି। ଏହି ସମୟରେ ପୋଲିସ୍‌ ସହ ଧସ୍ତାଧସ୍ତି ପରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଥିଲା।

Pratap jena
ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ନେଇ ବିଧାନସଭାରେ ଆସିବ ଆମେଣ୍ଡମେଣ୍ଟ

ପଞ୍ଚାୟତ ନିର୍ବାଚନରେ ସଂରକ୍ଷଣ ନେଇ ବିଧାନସଭାରେ ଆସିବ ଆମେଣ୍ଡମେଣ୍ଟ । ଏନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ।

bjd
ବିଜୟ ପାଇଁ କୋଟି କୋଟି ଟଙ୍କା ରାଜସ୍ୱ ଖର୍ଚ୍ଚ କରୁଛି ବିଜେଡ଼ି !

ନିର୍ବାଚନ ବର୍ଷର ବିଜ୍ଞାପନ ଖର୍ଚ୍ଚରେ ଦେଶରେ ଏକ୍ ନମ୍ବର କେଜ୍ରିଓ୍ୱାଲ୍ ସରକାର, ଦୁଇ ନମ୍ବର ବିଜେଡି ସରକାର। ପୂର୍ବ ବର୍ଷ ତୁଳନାରେ ୨୦୧୯ରେ ବିଜ୍ଞାପନ ଓ ପ୍ରଚାର ପ୍ରସାର ବାବଦରେ ବିଜେଡି ସରକାରର ବ୍ୟୟ ବଢ଼ିଥିଲା ୨୪୯ ପ୍ରତିଶତ। ଏସ୍ବିଆଇ ଇକୋରାପ୍ ରିପୋର୍ଟର ତଥ୍ୟରେ ଏହା ସାମ୍ନାକୁ ଆସିବାପରେ ତେଜିଛି ରାଜନୀତି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ

Ganeswar Behera
OBCଙ୍କ ପ୍ରତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅବିଚାର କରିଛନ୍ତି: ଗଣେଶ୍ୱର ବେହେରା

ଓବିସିଙ୍କ ପ୍ରତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅବିଚାର କରିଛନ୍ତି କହି ସମାଲୋଚନା କରିଛନ୍ତି କଂଗ୍ରେସ ଓପିସିସି ମିଡିଆ ସେଲ୍ ଅଧକ୍ଷ ଗଣେଶ୍ୱର ବେହେରା ।

assembly
ସଂରକ୍ଷଣ ନେଇ ବିଧାନସଭାରେ ଆସିବ ଆମେଣ୍ଡମେଣ୍ଟ

ଏଥିପାଇଁ ଯାହା ବ୍ୟବସ୍ଥା ଦରକାର ତାହା ବିଧାନସଭାରେ କରାଯିବ। ଏଥର ନିର୍ବାଚନରେ ପଞ୍ଚାୟତ ପୁନର୍ଗଠନ ହେବନାହିଁ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ।ଏହାର ଜବାବରେ ବିଜେପିର ଭୃଗୁ ବକ୍ସିପାତ୍ର କହିଛନ୍ତି, ପଞ୍ଚାୟତ ନିର୍ବାଚନ ତ ତା' ସମୟରେ ହେବ। 

Congress Infighting
କଂଗ୍ରେସର ବାହାରିଲା ପୁରୁଣା ରୋଗ: ଦଳୀୟ କନ୍ଦଳର ସମାଧାନ ବଦଳରେ ଆରମ୍ଭ ହେଲା କାଦୁଅ ଫିଙ୍ଗା ରାଜନୀତି

କୋରାପୁଟ କଳିର ମଞ୍ଜି କଂଗ୍ରେସ ସାଂସଦ ସପ୍ତଗିରି ଉଲାକାଙ୍କ ପ୍ରେସ୍‌ମିଟ୍‌ରୁ ପଡିଥିଲା। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗସ୍ତକୁ ନେଇ ଗତ ୧୮ ତାରିଖରେ ଉଲାକା ଜିଲ୍ଲାର ପୂର୍ବତନ ବିଧାୟକମାନଙ୍କ ସହ ଏକ ବୈଠକ କରିଥିଲେ। ଯେଉଁଥିରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଡକାଯାଇନଥିଲା କିନ୍ତୁ ତାରାଙ୍କ ପତ୍ନୀ ତଥା କୋରାପୁଟ ଜିଲ୍ଲା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କୁ ନିମନ୍ତ୍ରଣ ଯାଇଥିଲା।

Biju janta Dal
ପଛୁଆ ବର୍ଗ ଭୋଟ୍ ହାତେଇବା ଲାଗି ପୁଣିଥରେ ବିଜେଡିର ପ୍ରୟାସ

ସାରା ଦେଶରେ ଜାତିଭିତ୍ତିକ ଜନଗଣନାକୁ ବିଜେପି ସହଯୋଗ ଦଳମାନେ ମଧ୍ୟ ସମର୍ଥନ କରୁଛନ୍ତି ମାତ୍ର ଓଡ଼ିଶା ବିଜେପି ନେତାମାନେ ଏ ପ୍ରସଙ୍ଗରେ ଚୁପ୍ ରହିବା ପଛୁଆ ବର୍ଗଙ୍କ ପ୍ରତି ସେମାନଙ୍କ ମନୋଭାବକୁ ପ୍ରଦର୍ଶନ କରୁଛି ବୋଲି ବିଜେଡି ଅଭିଯୋଗ କରିଛି। ପଛୁଆ ବର୍ଗଙ୍କୁ ନ୍ୟାୟ ନ ମିଳିବା ଯାଏଁ ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଲଢ଼େଇ କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି।

Rahul Gandhi Narendra Modi
ଦେଶର ୭୦ ବର୍ଷର ସମ୍ପତ୍ତି ବିକ୍ରି କରିଦେଲେ ସରକାର, ଯୁବକଙ୍କ ରୋଜଗାର ଉପରେ ଆକ୍ରମଣ: ରାହୁଲ ଗାନ୍ଧି

କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଙ୍ଗଳବାର ପୁଣି ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ଏହାସହ କେନ୍ଦ୍ରୀୟ ମନିଟାଇଜେସନ୍ ଯୋଜନା (ଏନଏମ୍‌ପି) ଘୋଷଣାକୁ ଯୁବକଙ୍କ ଭବିଷ୍ୟତ ଉପରେ ଆକ୍ରମଣ ବୋଲି କହିଛନ୍ତି ।

Narayan Rane
ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିବା କଥା କହିଥିଲେ, ଜନଆଶୀର୍ବାଦ ଯାତ୍ରାରୁ କେନ୍ଦ୍ରମନ୍ତ୍ରୀଙ୍କୁ ଟେକି ନେଲା ପୋଲିସ

ମହଙ୍ଗା ପଡ଼ିଲା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ । କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିଛି ରତ୍ନଗିରି ପୋଲିସ । ବ୍ୟାପକ ବିରୋଧ ଭିତରେ ରାଣେଙ୍କୁ ଗିରଫ କରାଯାଇଛି ।

Arun kumar Sahoo
କେନ୍ଦ୍ରକୁ ଚେତାବନୀ ଦେଲା ବିଜେଡି, ଦାବି ପୁରଣ ନହେଲେ ପଲ୍ଲୀଠୁ ଦିଲ୍ଲୀ ଆନ୍ଦୋଳନ

ଜାତିଭିତ୍ତିକ ଜନଗଣନା ଦାବି ଦୋହରାଇଛି ବିଜେଡି । ଏକ ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଅରୁଣ କୁମାର ସାହୁ ଏହାକୁ ପୁଣି ଥରେ ଦୋହରାଇଛନ୍ତି ।

Congress flags
ପଂଚାୟତ ନିର୍ବାଚନ ପାଇଁ ଅଂଟା ଭିଡ଼ିଲାଣି କଂଗ୍ରେସ

ପଂଚାୟତ ନିର୍ବାଚନକୁ ନେଇ କଂଗ୍ରେସ ପ୍ରସ୍ତୁତି ବୈଠକ କରିଛି। ଜିଲ୍ଲା ସଭାପତି, କଂଗ୍ରେସ ନେତୃବୃନ୍ଦଙ୍କ ସହ ଏହି ବୈଠକରେ ଆଲୋଚନା ହୋଇଛି । କଂଗ୍ରେସ ରାଜ୍ୟ ପ୍ରଭାରୀ ଚେଲାକୁମାର ଆସିବା ପୂର୍ବରୁ ଆଜି କଂଗ୍ରେସ ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପିସିସି ସଭାପତି, ପର୍ଯ୍ୟବେକ୍ଷକ ଓ ୩୩ଟି ସାଂଗଠନିକ ଜିଲ୍ଲାର ସଭାପତି ଯୋଗ ଦେଇଥିଲେ। ଆସନ୍ତା ୩୧ ତାରିଖରେ ଆସିବେ ଚେଲା କୁମାର।

SHG
ବିଜେଡି ଖେଳିଲାଣି SHG କାର୍ଡ, ମହିଳା ଭୋଟ ଖସିବା ନେଇ ରହିଛି କି ଭୟ ?

SHG ସଦସ୍ୟାମାନଙ୍କୁ ରୋଜଗାର ଯୋଗାଇ ଦେବାକୁ କଡ଼ା ତାଗିଦ୍ । କାମ ଯୋଗାଇବାରେ ପଛରେ ପଡ଼ିଥିବା ବିଭାଗଗୁଡ଼ିକ ଉପରେ ଅସନ୍ତୋଷ ଝା଼ଡିଲେ ସରକାର ।

Ashwini Vaishnaw
ଖୁବଶୀଘ୍ର ସଂପୂର୍ଣ୍ଣ ହେବ ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ: ଅଶ୍ୱିନୀ ବୈଷ୍ଣବ

ଦୀର୍ଘ ଦିନ ଧରି ପଡ଼ି ରହିଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଜୁନାଗଡ଼-ନବରଙ୍ଗପୁର, ଧର୍ମଗଡ଼କୁ ସଂପ୍ରସାରଣ ସହିତ ବିଭିନ୍ନ ଷ୍ଟେସନର ମଧ୍ୟ ଉନ୍ନତି ପାଇଁ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି ।

Naveen Patnaik
ସ୍ମାର୍ଟ ହେଲ୍ଥ କାର୍ଡ ପରେ ସ୍ମାର୍ଟ ସ୍କୁଲ୍ ! ପଞ୍ଚାୟତ ନିର୍ବାଚନ ପାଇଁ ଏବେଠୁ କାର୍ଡ ଖେଳିଲାଣି ବିଜେଡି

ସ୍ମାର୍ଟ ହେଲ୍ଥ କାର୍ଡ ପରେ ସ୍ମାର୍ଟ ସ୍କୁଲ୍ । ପଞ୍ଚାୟତ ନିର୍ବାଚନୀ ହାଓ୍ୱା ଯେତିକିି ବଢୁଛି ପ୍ରଚାର ବି ସେତିକି ବେଗ ଧରୁଛି । ଆଜି ମୁଖ୍ୟମନ୍ତ୍ରୀ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁର ହିଞ୍ଜିଳି ଓ ଶେରଗଡ ବ୍ଲକ୍‌ର ୫୦ଟି ସ୍କୁଲ୍‌କୁ ସ୍ମାର୍ଟ ସ୍କୁଲ୍ ଭାବେ ଉଦଘାଟନ କରିଛନ୍ତି ।

Ashwini Vaishnaw
ବଢ଼ୁଛି ଅଶ୍ୱିନୀଙ୍କ କ୍ରେଜ୍‌, ମନମୋହୁଛି ତାଙ୍କର କମନମ୍ୟାନ୍‌ ଅନ୍ଦାଜ..

ସାରା ଓଡ଼ିଶାରେ ଏବେ ଅଶ୍ୱିନୀ କ୍ରେଜ୍‌ । ତାଙ୍କ କମନମ୍ୟାନ୍‌ ଅନ୍ଦାଜ ଏବେ ସବୁରିଙ୍କ ମୁହଁରେ । ତେବେ କେନ୍ଦ୍ର ରେଳମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସେ ବିଜେପିର ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହେବା ପାଇଁ ଓଡ଼ିଶା ଆସିଛନ୍ତି ।