ଦରଦାମ୍ ଉପରେ କେବଳ କେନ୍ଦ୍ର ସରକାରଙ୍କ ଦାୟିତ୍ୱ ନୁହେଁ, ରାଜ୍ୟ ସରକାରଙ୍କ ଦାୟିତ୍ୱ ବି ଅଛି। ଦରଦାମ୍କୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ବିଜେପି ନେତା ବିଷ୍ଣୁ ସେଠୀ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତରେ ବିଜେଡି-ବିଜେପି ମୁହାଁମୁହିଁ । ମଝି ରାସ୍ତାରେ କର୍ମୀ ପିଟାପିଟି । କିଛି ବିଜେଡ଼ି କର୍ମୀ ଗୋଡାଇ ଗୋଡାଇ ମାଡ଼ ମାରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଢେଙ୍କାନାଳ ଜିଲ୍ଲା କଲେଜ ଛକରୁ କିଛି ବିଜେପି କର୍ମୀଙ୍କୁ ପୋଲିସ୍ ଉଠାଇ ନେଇଛି। ପୋଲିସ ଉଠାଇ ନେଇ ଜଙ୍ଗଲରେ ଏହି ବିଜେପି କର୍ମୀଙ୍କୁ ବୁଲାଉଥିବା ସୂଚନା ମିଳିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜିର ଅନୁଗୋଳ ଗସ୍ତ ପୂର୍ବରୁ କଂଗ୍ରେସ ପକ୍ଷରୁ କଳାପତାକା ପ୍ରତିବାଦ କରାଯାଇଛି.. ସିମିଳିପଡା ଛକରେ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ନଗର କଂଗ୍ରେସ ପକ୍ଷରୁ ନାରାବାଜି ଓ ବିକ୍ଷୋଭ ପ୍ରଦର୍ଶନ ସହ ମମିତା ମେହେରଙ୍କୁ ନ୍ୟାୟ ସହ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ପାଇଁ ଦାବି କରିଛନ୍ତି..
ମୁଖ୍ୟମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତକୁ BJP ଓ କଂଗ୍ରେସ ପକ୍ଷରୁ ମଧ୍ୟ ବିରୋଧ କରାଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଉଭୟ ଦଳର ନେତା ମାନଙ୍କୁ ଉଠାଇନେଇଛି ପୋଲିସ ।
ନବୀନଙ୍କୁ ଧର୍ମେନ୍ଦ୍ର ମାରିଲେ ପ୍ରଶ୍ନ ବାଣ। ଅହଙ୍କାର ବେଶି ଦିନ ରହିବନି !
ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ୍ କରି ସେ ସିଧା ସଳଖ ଲେଖିଛନ୍ତି ଯେ, ‘ଦମ୍ ଅଛି ତ ଠୋସ୍ ପ୍ରମାଣ ଦିଅନ୍ତୁ; ମୁଖ୍ୟମନ୍ତ୍ରୀ ବାନ୍ଧିକି ଜେଲ୍ ପଠାଇବେ । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ୭ ଚାଷୀଙ୍କୁ ଗାଡ଼ି ମଡ଼ାଇ ମାରି ଜେଲରେ ଅଛନ୍ତି ।
ତ୍ୱରିତ ଶୁଣାଣି ପାଇଁ କେସ୍ କରାଯାଇଛି। ମାମଲାର ଚାର୍ଜସିଟ୍ ଦାଖଲ ହୋଇନି ହେଲେ ତ୍ୱରିତ ଶୁଣାଣି ଲାଗି ଅପିଲ ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।
ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ। ସେ ନିକଟରେ ବିଜେଡ଼ିରୁ ଦେଇଥିଲେ ଇସ୍ତଫା
ଫୋକସ୍ରେ ମହିଳା ଭୋଟ୍ ବ୍ୟାଙ୍କ। ନିର୍ବାଚନ ବାଜିରେ ବଢୁଛି ମହିଳା ଭୋଟରଙ୍କ ଗୁରୁତ୍ୱ । ସାଇଲେଣ୍ଟ ଭୋଟ୍ ବ୍ୟାଙ୍କ ହାତେଇବାକୁ ସବୁ ଦଳର ପ୍ରୟାସ । ନାରୀ ନିର୍ଯାତନା ପ୍ରସଙ୍ଗରେ କାଉଣ୍ଟର ଲାଗି ବିରୋଧୀଙ୍କ ପ୍ରୟାସ
ମମିତା ମେହେର ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ଆଜି ଦିବ୍ୟଶଙ୍କର ଉପରେ ପୁଣି ବର୍ଷିଲେ ଲେଖାଶ୍ରୀ
ରାଜସ୍ୱ ମନ୍ତ୍ରୀ ସୁଦାମ ମାରଣ୍ଡିଙ୍କ କାରକେଡକୁ ଅଣ୍ଡାମାଡ଼ ହୋଇଛି.. କେନ୍ଦୁଝର ଟାଉନ ଥାନା କାଶୀପୁର ନିକଟ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ଼ କରାଯାଇଥିବା ସୂଚନା ମିଳିଛି.. ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଅଣ୍ଡାମାଡ଼ କରାଯାଇଛି.. ଘଟଣାରେ ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଭାପତିଙ୍କୁ ଥାନାରେ ଅଟକ ରଖିଛି ପୋଲିସ..
୧୪ଟି ଜିଲ୍ଲାରେ ପଛୁଆ ବର୍ଗଙ୍କୁ ଆଦୌ ସଂରକ୍ଷଣ ମିଳିନାହିଁ । ୨୦୧୭ରେ ପଛୁଆ ବର୍ଗଙ୍କ ଲାଗି ୨୩୬ ଆସନ ସଂରକ୍ଷିତ ଥିବା ବେଳେ ଏଥର ଏହା ୧୦୪କୁ ଖସି ଆସିଛି ।
ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକରେ ରାଜ୍ୟ ଜଣେ ବରିଷ୍ଠ ରାଜନେତାଙ୍କୁ ହରାଇଛି । ଜଗତସିଂହପୁର ଜିଲ୍ଲାର ଏଇ ବର୍ଷୀୟାନ ରାଜନେତା ଅନେକ ଘାତ ପ୍ରତିଘାତ ଦେଇ ଗତି କରିଛନ୍ତି । ବିଜୁବାବୁଙ୍କୁ ଟକ୍କର ଦେଇ ସେ ପରେ ତାଙ୍କର ଅତି ବିଶ୍ୱସ୍ତ ହୋଇପାରିଥିଲେ । ରାଜନୀତିର ଅଙ୍କାବଙ୍କା ରାସ୍ତାରେ ଏମିତି ଥିଲା ଉମେଶଙ୍କ ଯାତ୍ରା ।
ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ବିଜେପିର ଦସ୍ତଖତ ଅଭିଯାନ । ଦିବ୍ୟଶଙ୍କରଙ୍କୁ ତଦନ୍ତ ପରିସରଭୁକ୍ତ ଓ ତୁରନ୍ତ ଗିରଫ ଦାବିରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଦସ୍ତଖତ ଅଭିଯାନ ଆରମ୍ଭ କରାଯାଇଛି ।
ମମିତା ହତ୍ୟା ମାମଲାରେ ମୋର କୌଣସି ସମ୍ପର୍କ ନାହିଁ : ଦିବ୍ୟଶଙ୍କର ମିଶ୍ର…
ଫେବ୍ରୁଆରିରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି.. ନିର୍ଭୁଲ ଭୋଟର ତାଲିକା ବା ନିଜର ଭୋଟ୍ ପରିଚୟ ପତ୍ର କରିବା ଲାଗି ଅନଲାଇନ୍ ଆବେଦନ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି.
ରାଜ୍ୟସଭା ଯିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଏପର୍ଯ୍ୟନ୍ତ ତାହା ପୁରା ହୋଇନାହିଁ । କିନ୍ତୁ ସେଥିପାଇଁ ମୋ ମନରେ ଦୁଃଖ ନାହିଁ । କିନ୍ତୁ ଏଥିପାଇଁ ମୁଁ ଖୋସାମତ କରିବି ନାହିଁ ଏପରି ପ୍ରତିକ୍ରିୟା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ।
ବିରୋଧୀଙ୍କ ପ୍ରଶ୍ନର ଉତ୍ତର ନଦେଇ ସେ ପୂର୍ବ ଭଳି କେବଳ ନିଜ ପକ୍ଷ ରଖିଛନ୍ତି । ସେ କହିଛନ୍ତି ହତ୍ୟା ଘଟଣାରେ ତାଙ୍କର କୌଣସି ସଂପୃକ୍ତି ନାହିଁ । କାରଣ ସେ ଭାରତୀୟ ବାୟୁସେନାର ଜଣେ ପାଇଲଟ୍, ଦେଶ ପାଇଁ ଲଢ଼ିଛନ୍ତି ।
କେନ୍ଦ୍ରୀୟ ନିର୍ବାଚନ ଆୟୋଗ ପକ୍ଷରୁ ପ୍ରକାଶିତ ଭୋଟର ତାଲିକାରେ କୌଣସି ତ୍ରୁଟି ଥିଲେ ସଂଶୋଧନ ପାଇଁ ଆବେଦନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।
ଦଳରେ ଅସନ୍ତୁଷ୍ଟ ଅଛନ୍ତି କି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ? ଦଳୀୟ କାର୍ଯ୍ୟକଳାପରେ ସେ ଅସନ୍ତୁଷ୍ଟ ନେଇ ଆଭାସ ମିଳିଛି।
ଭୁବନେଶ୍ୱର ଜିଲ୍ଲା ବିଜେପି କୋଷାଧ୍ୟକ୍ଷ ମିନତୀ ବାରିକଙ୍କ ଗାଡ଼ି ଉପରକୁ ପେଟ୍ରୋଲ ବୋମା ପକାଇ କିଛି ଦୁର୍ବୃତ୍ତ ଜାଳି ଦେଇଥିବା ଅଭିଯୋଗ ହୋଇଛି।
ମମିତା ମେହେର ହତ୍ୟା ମାମଲାରେ ଆସିଥିବା ସମସ୍ତ ଅଭିଯୋଗକୁ ପୁଣି ଥରେ ଖଣ୍ଡନ କରିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର
ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ହୃଦ୍ଘାତରେ ଉମେଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି।
ଚୂଡ଼ାନ୍ତ ହେଲା ପଞ୍ଚାୟତ ତାଲିକା। ୬୭୯୪ ପଞ୍ଚାୟତରେ ହେବ ଭୋଟ। ଏଥିରେ କେତୋଟି ୱାର୍ଡ୍ ରହିଛି ଏବଂ ଗତ ନିର୍ବାଚନ ଠାରୁ କେତେ ଭିନ୍ନ ଦେଖନ୍ତୁ